ପ୍ରମୁଖ ଖବର

ହିଞ୍ଜିଳିରେ ପ୍ରଚାର କରିଛନ୍ତି ଅଭିନେତା ବାବୁସାନ ମହାନ୍ତି ,ଗୀତ ଗାଇ ବାବୁସାନଙ୍କ ପ୍ରଚାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି, ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ
ପାଟନା ଜଙ୍କସନ ରେଳଷ୍ଟେସନ ନିକଟରେ ଥିବା ହୋଟେଲରେ ଭୟାନକ ଅଗ୍ନିକାଣ୍ଡ: ୬ ମୃତ, ୧୮ ଗୁରୁତର

ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0

ପୁରୀଠାରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଓ ହସପିଟାଲକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ଲାଲ ମାଣ୍ଡଭ୍ୟ ଭର୍ଚୁଆଲ ମାଧ୍ୟମରେ ଉପସ୍ଥିତ ରହି ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କ ସହ କଥା ହୋଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ମେଡିକାଲ କଲେଜ ଉଦଘାଟନ ହେବା ସହ ପୁରୀବାସୀଙ୍କ ସ୍ବପ୍ନ ସାକାର ହୋଇଛି । ଉଭୟ ଅଧ୍ୟାପକ ଓ ଛାତ୍ରଛାତ୍ରୀମାନଙ୍କ ପରିଶ୍ରମରୁ ଏହି ଅନୁଷ୍ଠାନ ପୁରୀବାସୀଙ୍କ ସେବା କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବ।

ପ୍ରଥମ ବ୍ୟାଚରେ ମେଡିକାଲ କଲେଜରେ ୭୦ ଛାତ୍ର ଓ ୩୦ ଛାତ୍ରୀଙ୍କୁ ମିଶାଇ ୧୦୦ ଜଣ ନାମ ଲେଖାଇଛନ୍ତି । ଶିକ୍ଷାଦାନ ଲାଗି ୧୫୦ ପ୍ରଫେସର, ରିଡର ଓ ବିଶେଷଜ୍ଞଙ୍କୁ ମଧ୍ୟ ନିଯୁକ୍ତି ଦିଆଯାଇଛି। କଲେଜରେ ୪୫୦ ଏମବିବିଏସ୍ ଛାତ୍ରଛାତ୍ରୀଙ୍କ ପାଇଁ ୫ମହଲା ବିଶିଷ୍ଟ ଏକ ହଷ୍ଟେଲର ନିର୍ମାଣ ହୋଇଛି। କଲେଜର ନୂଆ କୋଠା ନିକଟରେ ୬୫୦ ଶଯ୍ୟା ବିଶିଷ୍ଟ ମେଲିକାଲ କଲେଜ ହସ୍ପିଟାଲ୍ ନିର୍ମାଣ କରାଯାଉଛି। ଉଦଘାଟନ ଅବସରରେ ବିଦ୍ୟାର୍ଥୀ ମାନଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ।

ଏହି ମେଡିକାଲ କଲେଜ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ପ୍ରତିଷ୍ଠା କରାଯାଇଛି ।ଏହି ମେଡିକାଲ କଲେଜ ସ୍ଥାପନ କରିବାକୁ ସହାୟତା କରିଥିବାରୁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ଏହା ଦ୍ବାରା ଓଡ଼ିଶାରେ ସ୍ବାସ୍ଥ୍ୟସେବା ଆହୁରି ସୁଦୃଢ ହୋଇପାରିବ ବୋଲି ସେ କହିଥିଲେ।

ସୂଚନା ଥାଉକି, ପୂର୍ବରୁ ଏହି ମେଡିକାଲ କଲେଜ ଉଦଘାଟନ ପାଇଁ ବିଜେଡ଼ି ଓ ବିଜେପି ମଧ୍ୟରେ ଟଣାଓଟରା ଦେଖିବାକୁ ମିଳିଥିଲା।ଏନେଇ ସମ୍ବିତ ପାତ୍ର ଟ୍ବିଟ କରି ପ୍ରତିବାଦ ଜଣାଇଥିଲେ ଏବଂ ଏହାର ଜବାବ ରଖିଥିଲେ ବିଜେଡି ସାଂସଦ ପିନାକୀ ମିଶ୍ର।

Leave A Reply

Your email address will not be published.