ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଢ଼େଙ୍କାନାଳରେ ପୌରାଧ୍ୟକ୍ଷଙ୍କ ଘରକୁ ବୋମାମାଡ଼ ଘଟଣାରେ ଚିନ୍ତାପ୍ରକଟ କେଲେ କେନ୍ଦ୍ରମନ୍ତ୍ରୀ

0

  • ଗୃହ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ଏହି ଘଟଣାରେ ହସ୍ତକ୍ଷେପ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବେ ବୋଲି ଆଶାବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ
  • ଭୟ ଓ ଆତଙ୍କରାଜ ସୃଷ୍ଟି କରି ବିଜେପି ନେତାଙ୍କ ସ୍ୱରକୁ ଦବାଯାଇପାରିବ ନାହିଁ
  • ଏଭଳି ଦୁର୍ଭାଗ୍ୟପୂର୍ଣ୍ଣ ଘଟଣା କେବଳ ମୋ ପାଇଁ ନୁହେଁ ବରଂ ଓଡ଼ିଶାର ପ୍ରତ୍ୟେକ ନାଗରିକଙ୍କ ପାଇଁ ଚିନ୍ତାର ବିଷୟ
  • ପ୍ରାକ୍ ଏବଂ ପରବର୍ତ୍ତୀ ନିର୍ବାଚନୀ ହିଂସା ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ଦର୍ଶାଉଛି

ଢ଼େଙ୍କାନାଳରେ ନବ ନିର୍ବାଚିତ ପୌରାଧ୍ୟକ୍ଷା ତଥା ବିଜେପି ନେତ୍ରୀ ଜୟନ୍ତୀ ପାତ୍ର ଏବଂ ତାଙ୍କ ସ୍ୱାମୀ ରାମଚନ୍ଦ୍ର ପାତ୍ରଙ୍କୁ ଦୁର୍ବତ୍ତ ଦୁଇ ଦୁଇ ଥର ଟାର୍ଗେଟ୍ କରି ଆକ୍ରମଣ କରିବା ତଥା ତାଙ୍କ ବାସଭବନକୁ ବୋମା ମାଡ଼ ଘଟଣାରେ ଚିନ୍ତାବ୍ୟକ୍ତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଘଟଣାରେ ସମ୍ପୃକ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସ ଡିଜିଙ୍କ ସହ କଥା ହୋଇଥିବା ବେଳେ ଗୃହ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ଘଟଣାରେ ହସ୍ତକ୍ଷେପ କରି କାର୍ଯ୍ୟାନୁଷ୍ଠାନ ନେବେ ବୋଲି ଆଶାବ୍ୟକ୍ତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଢ଼େଙ୍କାନାଳ ହେଉଛି ଶାନ୍ତିପ୍ରିୟ ଅଞ୍ଚଳ । ଦୁର୍ବୃତ୍ତମାନେ ନିର୍ଭୟରେ ଏଭଳି ଘଟଣା ଘଟାଇବା ଅତ୍ୟନ୍ତ ଚିନ୍ତାଜନକ । ଭୟ ଓ ଆତଙ୍କରାଜ ସୃଷ୍ଟି କରି ବିଜେପି ନେତାଙ୍କ ସ୍ୱରକୁ ଦବାଯାଇପାରିବ ନାହିଁ । ଏଭଳି ଏକ ଦୁର୍ଭାଗ୍ୟପୂର୍ଣ୍ଣ ଘଟଣା କେବଳ ମୋ ପାଇଁ ନୁହେଁ ବରଂ ଓଡ଼ିଶାର ପ୍ରତ୍ୟେକ ନାଗରିକଙ୍କ ପାଇଁ ଚିନ୍ତାର କାରଣ । ନିକଟ ଅତୀତରେ ପ୍ରାକ୍ ଏବଂ ପରବର୍ତ୍ତୀ ନିର୍ବାଚନୀ ହିଂସା ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ଦର୍ଶାଇବା ସହ ଗଣତନ୍ତ୍ର ପ୍ରତି ବିପଦ ସୃଷ୍ଟି କଲା ଭଳି ମନେହେଉଛି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Leave A Reply

Your email address will not be published.