ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

କେନ୍ଦୁଝରରେ ଇଣ୍ଟରନେଟ ସେବା ବନ୍ଦ

0

କେନ୍ଦୁଝର ଯୋଡ଼ାରେ ଦୁଇ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଯୋଗୁଁ ସମସ୍ତ ନେଟୱର୍କର ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଯାଇଛି । ଯୋଡ଼ା ସହରରେ ୧୪୪ ଧାରା ଜାରି କରାଯିବା ସହ ସମଗ୍ର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ ରହିଛି । ଯୋଡ଼ା ବଜାରରେ ଏକ ଧାର୍ମିକ ଶୋଭାଯାତ୍ରା ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରବଳ ଉତ୍ତେଜନା ଦେଖାଦେଇଥିଲା । ଦୁଇ ଗୋଷ୍ଠୀ ପରସ୍ପର ଉପରକୁ ଟେକା ପଥର ମାଡ଼ କରିଥିଲେ । ଲୋକଙ୍କ ଘର ଉପରୁ ଟେକା ପଥର ମାଡ଼ ହେବାରୁ କବାଟ,ଝରକା ଭାଙ୍ଗିଯାଇଛି । ଲୋକେ ଭୟରେ ଘରୁ ବାହାରୁନାହାନ୍ତି । ଟେକାପଥର ମାଡ଼ରେ ୧୦ ଜଣ ପାଖାପାଖି ଆହତ ହୋଇଥିଲେ ।

ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଥିବାରୁ ୧୪୪ ଧାରା ଜାରି କରାଯାଇଛି । ବ୍ୟାପକ ପୁଲିସ ଫୋର୍ସ ମୁତୟନ ଅଛନ୍ତି । ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ପୁଲିସକୁ ଫାଙ୍କା ଗୁଳି ଚାଳନା କରିବାକୁ ପଡିଥିଲା । କେନ୍ଦୁଝର ଏସପି ଓ ଉପଜିଲ୍ଲାପାଳ ଦୁଇ ଗୋଷ୍ଠୀର ୧୦ ଜଣ ଲେଖାଁଏ ବସି ଆଲୋଚନା କରିଥିଲେ । କିନ୍ତୁ ଆଲୋଚନା ପରେ ଉତ୍ତେଜନା ଲାଗି ରହିଛି ପୁରା ଜିଲ୍ଳାରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଥିବା ବେଳେ ଯେଭଳି କୌଣସି ଅପ୍ରୀତିକର ପରିସ୍ଥିତି ନଉପୁଜେ ସେଥିପାଇଁ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି ।

Leave A Reply

Your email address will not be published.