ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆକାଂକ୍ଷୀ ଜିଲ୍ଲା ଯିବେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0

ଆକାଂକ୍ଷୀ ଜିଲ୍ଲା ଯିବେ କେନ୍ଦ୍ର ମନ୍ତ୍ରୀ । ୪ ଦିନିଆ ଓଡିଶା ଗସ୍ତରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଦଳୀୟ କର୍ମୀମାନେ ଜୋରଦାର ସ୍ୱାଗତ କରିଥିଲେ। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆକାଂକ୍ଷୀ ଜିଲ୍ଲା ଢେଙ୍କାନାଳ ଗସ୍ତ କରିବେ । ସେଠାରେ ତିନିଦିନ ଧରି ଜନ କଲ୍ୟାଣ ଯୋଜନାର ସମୀକ୍ଷା କରିବେ । କେନ୍ଦ୍ର ସରକାରଙ୍କ ଦ୍ୱାରା ବିଭିନ୍ନ ଯୋଜନା ମାଧ୍ୟମରେ ଯୋଗାଇ ଦିଆଯାଉଥିବା ସରକାରୀ ସହାୟତା ସମ୍ପର୍କ ହିତାଧିକାରୀଙ୍କ ସହିତ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ହିତାଧିକାରୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, ସ୍ଥାନୀୟ ସାଂସଦ,ବିଧାୟକ,ଚେୟାରମ୍ୟାନ, ସରପଞ୍ଚ ଓ ଅନ୍ୟ ଜନ ପ୍ରତିନିଧିଙ୍କ ସହ ଆଲୋଚନା କରିବେ ।

ସେହିପରି ୧୭ ତାରିଖରେ ଭୁବନେଶ୍ୱରରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡିଶାର ୧୦ ଆକାଂକ୍ଷୀ ଜିଲ୍ଲା ଗସ୍ତ କରିବେ କେନ୍ଦ୍ର ମନ୍ତ୍ରୀ । ଗତକାଲି କୋରାପୁଟ ଜିଲ୍ଲା ଗସ୍ତ କରିଥିଲେ କେନ୍ଦ୍ର ମନ୍ତ୍ରୀ ସଞ୍ଜୀବ କୁମାର ବାଲ୍ୟାନ । କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମାଲକାନଗିରି ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ ଗଜପତି, ସ୍ୱାଧୀ ନିରଞ୍ଜନା ବଲାଙ୍ଗୀର, ସଂଜୀବ ବାଲିୟାନ କୋରାପୁଟ, ଏସ୍ ବାଘେଲ ନୂଆପଡା,ସୁଶ୍ରୀ ଶୋଭା ନବରଙ୍ଗପୁର,ସୋମ ପ୍ରକାଶ ରାୟଗଡା, ସୁବାସ ସରକାର କନ୍ଧମାଳ ଗସ୍ତ କରି ସ୍ଥିତି ପରଖିବେ ।


Leave A Reply

Your email address will not be published.