ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ଆକାଂକ୍ଷୀ ଜିଲ୍ଲା ଯିବେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0

ଆକାଂକ୍ଷୀ ଜିଲ୍ଲା ଯିବେ କେନ୍ଦ୍ର ମନ୍ତ୍ରୀ । ୪ ଦିନିଆ ଓଡିଶା ଗସ୍ତରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଦଳୀୟ କର୍ମୀମାନେ ଜୋରଦାର ସ୍ୱାଗତ କରିଥିଲେ। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆକାଂକ୍ଷୀ ଜିଲ୍ଲା ଢେଙ୍କାନାଳ ଗସ୍ତ କରିବେ । ସେଠାରେ ତିନିଦିନ ଧରି ଜନ କଲ୍ୟାଣ ଯୋଜନାର ସମୀକ୍ଷା କରିବେ । କେନ୍ଦ୍ର ସରକାରଙ୍କ ଦ୍ୱାରା ବିଭିନ୍ନ ଯୋଜନା ମାଧ୍ୟମରେ ଯୋଗାଇ ଦିଆଯାଉଥିବା ସରକାରୀ ସହାୟତା ସମ୍ପର୍କ ହିତାଧିକାରୀଙ୍କ ସହିତ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ହିତାଧିକାରୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, ସ୍ଥାନୀୟ ସାଂସଦ,ବିଧାୟକ,ଚେୟାରମ୍ୟାନ, ସରପଞ୍ଚ ଓ ଅନ୍ୟ ଜନ ପ୍ରତିନିଧିଙ୍କ ସହ ଆଲୋଚନା କରିବେ ।

ସେହିପରି ୧୭ ତାରିଖରେ ଭୁବନେଶ୍ୱରରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡିଶାର ୧୦ ଆକାଂକ୍ଷୀ ଜିଲ୍ଲା ଗସ୍ତ କରିବେ କେନ୍ଦ୍ର ମନ୍ତ୍ରୀ । ଗତକାଲି କୋରାପୁଟ ଜିଲ୍ଲା ଗସ୍ତ କରିଥିଲେ କେନ୍ଦ୍ର ମନ୍ତ୍ରୀ ସଞ୍ଜୀବ କୁମାର ବାଲ୍ୟାନ । କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମାଲକାନଗିରି ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ ଗଜପତି, ସ୍ୱାଧୀ ନିରଞ୍ଜନା ବଲାଙ୍ଗୀର, ସଂଜୀବ ବାଲିୟାନ କୋରାପୁଟ, ଏସ୍ ବାଘେଲ ନୂଆପଡା,ସୁଶ୍ରୀ ଶୋଭା ନବରଙ୍ଗପୁର,ସୋମ ପ୍ରକାଶ ରାୟଗଡା, ସୁବାସ ସରକାର କନ୍ଧମାଳ ଗସ୍ତ କରି ସ୍ଥିତି ପରଖିବେ ।


Leave A Reply

Your email address will not be published.