ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

୭୪ ବର୍ଷରେ ରାଜଧାନୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

0

ଆଜି ରାଜ୍ୟ ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ । ୭୪ ବର୍ଷରେ ପାଦଦେଇଛି ରାଜଧାନୀ । ରାସ୍ତାଘାଟଠୁ ନେଇ ଆଲୋକୀକରଣ, ଲୋକଙ୍କ ଜୀବନଶୈଳୀ ସବୁକିଛି ବଦଳିଛି ଏହି ୭୪ ବର୍ଷ ମଧ୍ୟରେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ଏକାମ୍ର କ୍ଷେତ୍ର ଭୁବନେଶ୍ୱର ଦେଶର ପ୍ରମୁଖ ସ୍ମାର୍ଟ ସିଟିରେ ପରିଣତ ହୋଇଛି । ସଂସ୍କୃତି, ଶିକ୍ଷା,ସ୍ୱାସ୍ଥ୍ୟସେବାଠୁ କ୍ରୀଡା କ୍ଷେତ୍ରରେ ରୂପାନ୍ତରଣ ହୋଇଛି । ଭୁବନେଶ୍ୱରକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବାକୁ ଏକ ହୋଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ଟୁଇଟ କରିଛନ୍ତି ।

୧୯୪୮ ମସିହା ଏପ୍ରିଲ ୧୩ ତାରିଖ ଦିନ ମନ୍ଦିର ମାଳିନୀ ସହର ଭୁବନେଶ୍ୱରର ଓଡିଶାର ରାଜଧାନୀ ହୋଇଥିଲା ।ଐତିହ ସହର ଭାବେ ପରିଚିତ ଭୁବନେଶ୍ୱରରେ ଏବେ ଲୋକ ସଂଖ୍ୟା ବଢିବା ସହ ବିକାଶ ଆଗେଇଛି । ରୋଜଗାର ପାଇଁ ଏବେ ଲୋକଙ୍କ ପ୍ରଥମ ପସନ୍ଦ ପାଲଟିଛି ଭୁବନେଶ୍ୱର । ବିଶ୍ୱସ୍ତରୀୟ କ୍ରୀଡା ଆୟୋଜନ କରି ପ୍ରଶଂସା ସାଉଁଟିଛି ଭୁବନେଶ୍ୱର । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି ରାଜଧାନୀ । ଦେଶ ସ୍ୱାଧୀନ ହେବାର ପରବର୍ଷ ୧୯୪୮ ମସିହାରେ ଓଡିଶାର ରାଜଧାନୀ କଟକରୁ ଭୁବନେଶ୍ୱରକୁ ସ୍ଥାନାନ୍ତରିତ ହୋଇଥିଲା । ଭୁବନେଶ୍ୱର ଓ କଟକ ଏକାସାଙ୍ଗେ ଓଡିଶାର ଟ୍ୱିନସିଟି ବା ଦୈତ ସହର ଭାବେ ଜଣାଣୁଣା । ଭୁବନେଶ୍ୱରରେ ରହିଛି ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର । ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିର ମାନଙ୍କରେ ଲିଙ୍ଗରାଜ ମନ୍ଦିର ରାଜାରାଣୀ ମନ୍ଦିର,ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।

ତେବେ ୩ ଦିନ ଧରି ଭୁବନେଶ୍ୱରର ପ୍ରତିଷ୍ଠା ଦିବସ ପାଳନ କରାଯିବ । ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି, ସୂଚନା ଓ ଲୋକସଂପର୍କ ବିଭାଗ, ଜିଲ୍ଲା ପ୍ରଶାସନ ଓ ବିଏମସି ପକ୍ଷରୁ ମିଳିତ ଭାବେ ପାଳନ କରାଯିବ । ଏଥିପାଇଁ ଲୋୟର ପିଏଜିରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

Leave A Reply

Your email address will not be published.