ପ୍ରମୁଖ ଖବର

ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍‌ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ

ସରକାର ଓ ପୁଲିସ ବିରୋଧରେ ଅସନ୍ତୋଷ ଝାଡ଼ିଲେ ଧର୍ମେନ୍ଦ୍ର

0
  • ଛେଣ୍ଡିପଦାରେ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା ଘଟଣାରେ ଚିନ୍ତା ପ୍ରକଟ କଲେ କେନ୍ଦ୍ରମନ୍ତ୍ରୀ
  • କହିଲେ, ବିରୋଧୀ ରାଜନୈତିକ ଶକ୍ତିଙ୍କୁ ହିଂସାରେ ଶେଷ କରାଯିବା ଭଳି ପରିସ୍ଥିତି ସୃଷ୍ଟି ହୋଇଛି

ଅନୁଗୁଳ: ଛେଣ୍ଡିପଦା ଅଞ୍ଚଳରେ ବିଜେପି କାର୍ଯ୍ୟକର୍ତ୍ତା ସାଗର ପ୍ରଧାନଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ଘଟଣାକୁ ନେଇ ଆଲୋଡନ ସୃଷ୍ଟି ହୋଇଛି। ସଂପ୍ରତି ଓଡ଼ିଶା ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ମନ୍ତ୍ରୀ କହିଛନ୍ତି, ସାରା ରାଜ୍ୟରେ ରାଜନୈତିକ ହିଂସା ଥମିବାର ନାଁ ନେଉନାହିଁ, ଯାହା ଓଡିଶା ପାଇଁ ଚିନ୍ତାର ବିଷୟ। ଅସହିଷ୍ଣୁତାର ରାଜନୈତିକ ହିଂସା ଘଟାଉଥିବା ଅଭିଯୁକ୍ତ ମାନଙ୍କ ବିରୁଦ୍ଧରେ ପୁଲିସ ଓ ପ୍ରଶାସନ କଠୋର କାର୍ଯ୍ୟାନୁଷ୍ଠାନ ନେବା ଅତ୍ୟନ୍ତ ଜରୁରୀ ହୋଇପଡିଛି।

ଶ୍ରୀ ପ୍ରଧାନ ଟ୍ବିଟ୍ କରି ଆହୁରି କହିଛନ୍ତି ଯେ ରାଜନୀତିରେ ହିଂସାର ସ୍ଥାନ ନାହିଁ। ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦ ଯୋଡ଼ିବା କଥା କହି ଅନ୍ୟ ପକ୍ଷରେ ହିଂସା କରି ବିରୋଧୀ ରାଜନୈତିକ ଶକ୍ତିଙ୍କୁ ଶେଷ କରିଦେବାର ଅଲିଖିତ ଘୋଷଣାନାମା ପରି ପରିସ୍ଥିତି ରାଜ୍ୟରେ ସୃଷ୍ଟି ହୋଇଛି।

Leave A Reply

Your email address will not be published.