ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

କାହିଁକି ଭାରତ ଆସିବେ ବ୍ରିଟେନ ପ୍ରଧାନମନ୍ତ୍ରୀ

0

ନୂଆଦିଲ୍ଲୀ: ଭାରତ ଆସିବେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ। ୟୁକ୍ରେନ ଓ ଋଷ ମଧ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଦୁଇ ଦିନିଆ ଭାରତ ଗସ୍ତ ବେଶ ଗୁରୁତ୍ୱ ରଖୁଛି। ଆସନ୍ତା ୨୧ ତାରିଖରେ ଗୁଜୁରାଟ ଯିବେ ବୋରିସ ଜନସନ। ୨୨ ତାରିଖରେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା ହେବ। ଅର୍ଥନୈତିକ,ସୁରକ୍ଷା ଓ ପ୍ରତିରକ୍ଷା କ୍ଷେତ୍ରରେ ଆଲୋଚନା ହେବ।

ପୂର୍ବରୁ କରୋନା କାରଣରୁ ବୋରିସ ଜନସନ ଦୁଇ ଥର ଭାରତ ଗସ୍ତ ଆସିବାର କାର୍ଯ୍ୟକ୍ରମକୁ ବାତିଲ କରାଯାଇଥିଲା । ଗତବର୍ଷ ଜାନୁଆରୀ ୨୬ ତାରିଖରେ ମୁଖ୍ୟ ଅତିଥି ଭାବେ ଭାରତ ଆସିବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ କରୋନା ଯୋଗୁଁ ଯାତ୍ରା ରଦ୍ଦ ହୋଇଥିଲା। ଏହାପରେ ଏପ୍ରିଲରେ ମଧ୍ୟ କରୋନା ପାଇଁ ଯାତ୍ରା ବାତିଲ ହୋଇଥିଲା।

ଗତ ମାସରେ ଦୁଇ ଦେଶର ନେତା ଫୋନରେ କିଛି ସମୟରେ କଥା ହୋଇଥିଲେ। ୟୁକ୍ରେନର ସ୍ଥିତି ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଏହା ସହ ଦ୍ୱିପାକ୍ଷିକ ପ୍ରସଙ୍ଗ ଉପରେ ମଧ୍ୟ ଚର୍ଚ୍ଚା ହୋଇଥିଲା ।

Leave A Reply

Your email address will not be published.