ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ସାଂସଦ ପଦରୁ ଇସ୍ତଫା ଦେଲେ ସୁବାସ ସିଂହ

0

ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଲେ ସୁବାସ ସିଂହ। କଟକ ମହାନଗର ନିଗମ ମେୟର ନିର୍ବାଚନ ବିଜୟ ପରେ ସାଂସଦ ପଦ ଛାଡିଛନ୍ତି। ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି। ଏନେଇ ସେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। କହିଛନ୍ତି, କଟକର ମେୟର ଭାବରେ ରହି କାମ କରିବି । ରାଜ୍ୟସଭା ସାଂସଦ ପଦବିରେ ରହି ଗତ ଦୁଇବର୍ଷ ମଧ୍ୟରେ ଓଡିଶାର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ରାଜ୍ୟସଭାରେ ଉପସ୍ଥାପନ କରିବାକୁ ଉଦ୍ୟମ କରିଛି । ରାଜ୍ୟସଭାରେ ଜନକଲ୍ୟାଣକାରୀ ପ୍ରଶ୍ନ ଉଠାଇଥିଲି । ଭାରତବର୍ଷରେ କିଭଳି ନଦୀ ଏବଂ ଜଙ୍ଗଲ ରକ୍ଷଣାବେକ୍ଷଣା ଅଭାବରୁ ନଷ୍ଟ ହେବାରେ ଲାଗିଛି ସେନେଇ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ରାଜ୍ୟସଭାରେ ଉପସ୍ଥାପନ କରିଛି । ଯାହା ଏବେ ଆଇନଗତ ଦିଗକୁ ଯାଉଛି ।

କେବଳ ଏତିକି ନୁହେଁ, ରାଜ୍ୟସଭାରେ ରସଗୋଲାକୁ ଜିଆଇ ଟ୍ୟାଗ୍ ମାନ୍ୟତା ପ୍ରସଙ୍ଗ ମଧ୍ୟ ଉଠାଇଥିଲି । ଏହା ସହିତ, ବାରବାଟୀ ଦୁର୍ଗର ଉନ୍ନୟନ କାର୍ଯ୍ୟ, କଟକ-ସମ୍ବଲପୁର ରାସ୍ତାର ବିଳମ୍ବ ଭଳି ପ୍ରସଙ୍ଗ ସଂସଦରେ ଉଠାଇଥିଲି । ସୂଚାନା ଥାଉକି, ୨୦୨୦ରେ ଏପ୍ରିଲ ୨ରେ ସାଂସଦ ଭାବେ ଦାୟିତ୍ୱ ନେଇଥିଲେ ସୁବାସ ସିଂହ । ୨ ବର୍ଷରୁ ଅଧିକ ସମୟ ରାଜ୍ୟସଭା ସଭ୍ୟ ଭାବେ କାର୍ଯ୍ୟ କରିଛନ୍ତି। ସେ ଚଳିତ ବର୍ଷ କଟକ ମହାନଗର ନିଗମର ମେୟର ଭାବେ ନିର୍ବାଚିତ ହୋଇଛନ୍ତି

Leave A Reply

Your email address will not be published.