ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

0

ଦେଶରେ କରୋନା ସଂକ୍ରମଣ ବଢ଼ି ଚାଲିଛି । ଲଗାତର ଚତୁର୍ଥ ଦିନ ପାଇଁ ଦେଶରେ ୨ହଜାର କରୋନା ସଂକ୍ରମିତ ଚିହ୍ନଟ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ହଜାର ୫୨୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ଦେଶରେ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫ହଜାର ୭୯ରେ ପହଞ୍ଚିଛି।

ଦେଶରେ ଦୈନିକ ସଂକ୍ରମଣ ହାର ୦.୫୬% ରହିଛି । କରୋନା କାରଣରୁ ଗତ ୨୪ ଘଣ୍ଟାରେ ଦେଶରେ ୩୩ ଜଣଙ୍କର ମୃତ୍ୟୁ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଶନିବାର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସେହିପରି ସକ୍ରିୟ ରୋଗୀଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ଶୁକ୍ରବାର ୧୪,୨୪୧ ଜଣ ସକ୍ରିୟ ରୋଗୀ ରହିଥିଲେ। ଆଜି ଏଥିରେ ଅଧିକ ୮୩୮ ଜଣ ଯୋଡ଼ି ହୋଇ ଯାଇଛନ୍ତି। ଫଳରେ ଦେଶର ସକ୍ରିୟଙ୍କ ସଂଖ୍ୟା ୧୫,୦୭୯କୁ ବଢ଼ିଛି। ଗୁରୁବାର ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩,୪୩୩ ରହିଥିଲା।

ଅନ୍ୟପକ୍ଷରେ ରାଜଧାନୀ ଦିଲ୍ଲୀରେ କରୋନାର ଦୈନିକ ସଂକ୍ରମଣ ରେକର୍ଡ କରି ଚାଲିଛି। ଗତ ୨୪ ଘଣ୍ଟାରେ ରାଜଧାନୀରୁ ୧ ହଜାରରୁ ଅଧିକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଣୁ ସରକାର କଟକଣା ପୁଣି ଲାଗୁ କରିଛନ୍ତି। ମେଟ୍ରୋ ଏବଂ ସାର୍ବଜନିକ ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ନିୟମ ପାଳନ ନକଲେ ୫୦୦ ଟଙ୍କା ଜୋରିମାନା ଲାଗିବା ନେଇ ଘୋଷଣା ମଧ୍ୟ ହୋଇଛି ।

Leave A Reply

Your email address will not be published.