ପ୍ରମୁଖ ଖବର

ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ: ଖଡଗେ
ରାଜ୍ୟରେ କାଲିଠାରୁ ଗଡ଼ିବ ସବୁ ଘରୋଇ ବସ୍‌
ରାଖୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଯୋଜନାର ୩ୟ କିସ୍ତି
ଆନ୍ଦୋଳନରୁ ଓହରିବାକୁ ସଂଘକୁ ଅନୁରୋଧ କଲେ ପରିବହନ ମନ୍ତ୍ରୀ
ଅବାନ୍ତର ଓ ମିଛ କଥା କହୁଛନ୍ତି ରାହୁଲ: ଆଇନ ମନ୍ତ୍ରୀ
ଅଦାନୀ ପାଇଁ ଶ୍ରୀଜଗନ୍ନାଥଙ୍କ ରଥକୁ ରୋକାଯାଇଛି : ରାହୁଲ ଗାନ୍ଧୀ

ରାଜଧାନୀରେ ମୁଣ୍ଡଫଟା ଖରା

0

ତାତିରେ ଛଟପଟ ହେଉଛି ସାରା ଓଡ଼ିଶା। ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ତାତି ବଢ଼ିଥିବା ବେଳେ ଭୁବନେଶ୍ୱର ରାଜ୍ୟର ସବୁଠୁ ଅଧିକ ଉତ୍ତପ୍ତ ସହର ପାଲଟିଛି । ଦିନ ୧୧ଟା ସୁଦ୍ଧା ଭୁବନେଶ୍ୱରରେ ତାପମାତ୍ରା ୪୦ ଡ଼ିଗ୍ରୀ ରେକର୍ଡ କରାଯାଇଛି। ମୁଣ୍ଡଫଟା ଖରା ସହ ଅସହ୍ୟ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛନ୍ତି ଲୋକେ।

ସୂଚନା ଅନୁସାରେ, ଆଜି ଦିନ ୧୧.୩୦ ସୁଦ୍ଧା ଭୁବନେଶ୍ବରର ତାପମାତ୍ରା ୪୦ ଡ଼ିଗ୍ରୀ ରେକର୍ଡ ହୋଇଥିବା ବେଳେ ବାଲେଶ୍ୱର ୩୭.୨ ଡ଼ିଗ୍ରୀ, ଝାରସୁଗୁଡା ୩୭.୮ ଡ଼ିଗ୍ରୀ, ଗୋପାଳପୁର ୩୦.୬ ଡ଼ିଗ୍ରୀ, ସମ୍ବଲପୁର ୩୭ ଡ଼ିଗ୍ରୀ, ପାରାଦ୍ୱୀପରେ ୩୧.୮ ଡ଼ିଗ୍ରୀ, ପୁରୀରେ ୩୨.୪ ଡ଼ିଗ୍ରୀ, ଚାନ୍ଦବାଲିରେ ୩୭.୮ ଡ଼ିଗ୍ରୀ, କେନ୍ଦୁଝରରେ ୩୬.୮ ଡ଼ିଗ୍ରୀ, ହୀରାକୁଦରେ ୩୬.୬ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.