ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କୋଭିଡ ମୁକ୍ତ ହେଉଛି ଓଡିଶା

0

ରାଜ୍ୟରେ ଖସୁଛି କରୋନା ସଂକ୍ରମଣ ଗ୍ରାଫ୍। ଓଡିଶାରୁ ଧିରେ ଧିରେ କୋଭିଡ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତ୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୮୯ଜଣକୁ ବୃଦ୍ଧି ପାଇଛି। ୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪ ଜଣ, କଟକରୁ ୨ ଜଣ, ବାଲେଶ୍ବର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲରୁ ଜଣେ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ବି ୮୩ଜଣ ସକ୍ରିୟ ଅଛନ୍ତି।ସେହିପରି ୧୨୭୮୭୨୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୧୮୦୩୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.