ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

କୋଭିଡ ମୁକ୍ତ ହେଉଛି ଓଡିଶା

0

ରାଜ୍ୟରେ ଖସୁଛି କରୋନା ସଂକ୍ରମଣ ଗ୍ରାଫ୍। ଓଡିଶାରୁ ଧିରେ ଧିରେ କୋଭିଡ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତ୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୮୯ଜଣକୁ ବୃଦ୍ଧି ପାଇଛି। ୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪ ଜଣ, କଟକରୁ ୨ ଜଣ, ବାଲେଶ୍ବର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲରୁ ଜଣେ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ବି ୮୩ଜଣ ସକ୍ରିୟ ଅଛନ୍ତି।ସେହିପରି ୧୨୭୮୭୨୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୧୮୦୩୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.