ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ରାଜଧାନୀରେ ଡବଲ ମର୍ଡର

0

ରାଜଧାନୀ ଭୁବନେଶ୍ୱରରେ ଡବଲ୍ ମର୍ଡର ହୋଇଛି। ସ୍ତ୍ରୀ ଓ ଶାଳୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛି ସ୍ବାମୀ। ଘରୁ ଭିତରୁ ଉଦ୍ଧାର ହୋଇଛି ରକ୍ତାକ୍ତ ମୃତଦେହ। ଏହି ମର୍ଡର ଘଟଣା ଭୁବନେଶ୍ବର ଚନ୍ଦ୍ରଶେଖପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଦେହକୁ ଜବତ କରିଛି। ମୃତକଙ୍କ ମଧ୍ୟରେ ପତ୍ନୀ ଗାୟତ୍ରୀ ସେଠୀ ଓ ଶାଳୀ ସରସ୍ବତୀ ସେଠୀ ଥିବା ଜଣାପଡିଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ତେବେ ହତ୍ୟାକାଣ୍ଡର କାରଣ ଜଣାପଡିନାହିଁ।

ସୂଚନା ଅନୁସାରେ, ଚନ୍ଦ୍ରଶେଖପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀ ଡବଲ ମର୍ଡର ହୋଇଛି। ଦୁଇ ଦିନ ତଳେ ପତ୍ନୀ ଗାୟତ୍ରୀ ସେଠୀ ଓ ଶାଳୀ ସରସ୍ବତୀ ସେଠୀଙ୍କୁ ଅଭିଯୁକ୍ତ ସ୍ବାମୀ ବିଜୟ ସେଠୀ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଥିଲା। ବିଭତ୍ସ ହତ୍ୟାକାଣ୍ଡ ଘଟାଇବା ଅଭିଯୁକ୍ତ ସ୍ବାମୀ ଧରାପଡିଛି। ହତ୍ୟା କାଣ୍ଡ ସମ୍ପର୍କରେ ପୋଲିସକୁ ସୂଚନା ମିଳିବା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚିଛି। ଘର ଭିତରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଜବତ କରିଥିବା ବେଳେ ତଦନ୍ତ ଆରମ୍ଭ କରିଛି। ତେବେ ହତ୍ୟା କାଣ୍ଡର ପ୍ରକୃତ କାରଣ ଜଣାପଡିନାହିଁ। ସ୍ତ୍ରୀ ଆଉ ଶାଳୀ ଙ୍କ ନିର୍ଯାତନା ସହିନପାରି ମାରିଦେଲି ବୋଲି ପୁଲିସ ଆଗରେ କହିଛି ଅଭିଯୁକ୍ତ।ପୁଲିସ୍ ଉକ୍ତ ଘରକୁ ସିଲ୍ କରିଛି। ପୁଲିସ୍ ଓ ସାଣ୍ଟିଫିକ୍ ଟିମ୍ ପହଞ୍ଚି ଯାଞ୍ଚ କରିବା ପରେ ଅଧିକ ସୂଚନା ମିଳିପାରିବ।

Leave A Reply

Your email address will not be published.