ପ୍ରମୁଖ ଖବର

ଅଗଷ୍ଟ ୧ରୁ ବଦଳିବ ସ୍ପିଡ୍ ପୋଷ୍ଟ ନିୟମ, ଜାଣନ୍ତୁ କଣ ହେବ ପରିବର୍ତ୍ତନ
ରାଜ୍ୟସଭାରେ ପାସ୍ ହେଲା ଆଣ୍ଟି-ପେପର ଲିକ୍ ବିଲ୍, କଠୋର ଦଣ୍ଡବିଧାନକୁ ମଞ୍ଜୁରି
ଇଣ୍ଡିଆନ୍ ଆଇଡଲ୍-୧୬ ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ରାଜ୍ୟପାଳଙ୍କ ସମ୍ବର୍ଦ୍ଧନା
ସୋମେଶ କୁମାର ଉପାଧ୍ୟାୟ ହେଲେ ଭଦ୍ରକର ନୂତନ ଜିଲ୍ଲାପାଳ
ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦର ସମାଧାନ ଲକ୍ଷ୍ୟ
ଜୁଲାଇ ୩୧ ପର୍ଯ୍ୟନ୍ତ ଖୋର୍ଦ୍ଧାର ସମସ୍ତ ସ୍କୁଲ ଛୁଟି
ଜାପାନରେ ଶକ୍ତିଶାଳୀ ଭୂମିକମ୍ପ: ୨୮ ମୃତ, ୬୨ ଆହତ
ଇଥାନଲ୍ ବିବାଦ: ୧୧ କୋଟିର ମାନହାନି ମାମଲା କଲେ ନିତିନ୍ ଗଡ଼କରୀ

କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପଢ଼ିବେ କୋଭିଡ ଅନାଥ

0

କେନ୍ଦ୍ରୀୟ ବିଦ୍ୟାଳୟରେ ସାଂସଦଙ୍କ କୋଟା ଉଚ୍ଛେଦ ପରେ ଲାଗୁ ହେଲା ନୂଆ ବ୍ୟବସ୍ଥା । ଏଣିକି କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପଢ଼ିପାରିବେ କୋଭିଡ ଅନାଥ।  ଏହି କୋଟାରେ ନାଁ ଲେଖାଇଥିବା ଛାତ୍ରଛାତ୍ରୀ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ମାଗଣାରେ ପଢ଼ିବେ।

ନୂଆ ବ୍ୟବସ୍ଥା ଅନୁଯାୟୀ, କରୋନା ମହାମାରୀ ଯୋଗୁଁ ଅନାଥ ହୋଇଥିବା ପିଲାଙ୍କୁ କେନ୍ଦ୍ରୀୟ ବିଦ୍ୟାଳୟରେ ନାଁ ଲେଖାଇବାକୁ ସୁଯୋଗ ଦେବାକୁ ନିଷ୍ପତ୍ତି ହୋଇଛି । ପିଏମ୍ କେୟାର ଫର୍ ଚିଲଡ୍ରେନ୍ ଯୋଜନାରେ କରୋନା ମହାମାରୀ ଅନାଥଙ୍କୁ ନାଁ ଲେଖାଇବା ଲାଗି ସୁଯୋଗ ମିଳିବ । କୋଭିଡ୍ ଅନାଥଙ୍କ ସଂପର୍କରେ ଜିଲ୍ଲା ପ୍ରଶାସନ ଦେଇଥିବା ତାଲିକା ଭିତ୍ତିରେ ପିଲାଙ୍କୁ ଏହି  ସୁଯୋଗ ମିଳିବ। ପ୍ରତ୍ୟେକ କେନ୍ଦ୍ରୀୟ ବିଦ୍ୟାଳୟରେ ୧୦ ଜଣ ଏବଂ ଶ୍ରେଣୀ ପ୍ରତି ସର୍ବାଧିକ ୨ ଜଣଙ୍କୁ ନାଁ ଲେଖାଇବାର ସୁଯୋଗ ମିଳିପାରିବ । ଏହି କୋଟାରେ ନାଁ ଲେଖାଇଥିବା ପିଲାଙ୍କୁ ସମସ୍ତ ଫି ଛାଡ଼ କରାଯିବ । 

ପୂର୍ବରୁ ଲୋକସଭା ସାଂସଦ ନିଜ ନିର୍ବାଚନମଣ୍ଡଳୀ ଅଞ୍ଚଳରୁ ୧୦ ଜଣ ପିଲାଙ୍କ ନାଁ ଲେଖାଇବାକୁ ସୁପାରିଶ କରିପାରୁଥିଲେ । ସେହିପରି ରାଜ୍ୟସଭା ସାଂସଦ  ପ୍ରତିନିଧିତ୍ୱ କରୁଥିବା  ସଂପୃକ୍ତ ରାଜ୍ୟରୁ ୧୦ ଜଣ ପିଲାଙ୍କୁ ସୁପାରିଶ କରିପାରୁଥିଲେ । କେନ୍ଦ୍ରୀୟ ବିଦ୍ୟାଳୟର ମୋଟ ୭୫୦୦ଟି ସିଟରେ ସାଂସଦଙ୍କ କୋଟାରେ ନାମଲେଖା ଯିବାର ବ୍ୟବସ୍ଥା ଥିଲା ।  ହେଲେ ଏବେ ସେହି କୋଟାକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରି ଦିଆଯାଇଛି।

Leave A Reply

Your email address will not be published.