ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଓଡିଶାରେ ତାତି ଆହୁରି ବଢ଼ିବ

0

ଆହୁରି ୫ ଦିନ ରହିପାରେ ଟାଣ ଖରା । ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ବଢିପାରେ ତାତି । ଆଜି ୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ଅନୁଗୁଳ ଓ ବଲାଙ୍ଗୀର ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇପାରେ । ୩୦ ତାରିଖ ଯାଏଁ ଏସବୁ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଗତକାଲି ସବୁଠୁ ଉତ୍ତପ୍ତ ସହର ହୋଇଥିଲା ବୌଦ୍ଧ ଜିଲ୍ଲା । ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୪ ଦଶମିକ ୫ ଡିଗ୍ରୀ ରେକର୍ଡ କରାଯାଇଥିଲା । ଝାରସୁଗୁଡାରେ ୪୩ ଦଶମିକ ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା । ୯ଟି ସ୍ଥାନର ତାପମାତ୍ରା ୪୩ ଡିଗ୍ରୀ ପାର କରିଥିଲା । ସେହିପରି ୪୨ ଡିଗ୍ରୀ ଉପରେ ୧୪ ସହର ରହିଥିବା ବେଳେ ୪୦ ଡିଗ୍ରୀ ଉପରେ ୨୨ଟି ସହରର ତାପମାତ୍ରା ରେକର୍ଡ କରାଯାଇଥିଲା ।

ଏଭଳି ତାତି ଆଗକୁ କମିବାର ସମ୍ଭାବନା ବି ନାହିଁ । ଆହୁରି ୫ଦିନ ତାତି ଜାରି ରହିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଆହୁରି ବଢ଼ିବ । ରାଜ୍ୟରେ ତାତିକୁ ନେଇ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଏଭଳି ପୂର୍ବାନୁମାନ କରିଛନ୍ତି । ସେ କହିଛନ୍ତି, ୩୦ ତାରିଖ ଯାଏ ଆଭ୍ୟନ୍ତରୀଣ ଓଡିଶାରେ ଏଭଳି ଭୀଷଣ ଗ୍ରୀଷ୍ମ ଲହରୀ ଜାରି ରହିବ । ବୈଶାଖ ଓ ଜ୍ୟେଷ୍ଠ ମାସରେ ତାପମାତ୍ରା ଅଧିକ ରୁହେ । ତେବେ ୩୦ ତାରିଖ ଭିତରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ ବୋଲି ସେ କହିଛନ୍ତି ।

Leave A Reply

Your email address will not be published.