ପ୍ରମୁଖ ଖବର

୮ଟି ବିଧାନସଭା କ୍ଷେତ୍ର ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା: ଖୋର୍ଦ୍ଧାରୁ ପ୍ରଶାନ୍ତ, ସାଲେପୁରରୁ ଲଢ଼ିବେ ଅରିନ୍ଦମ
କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ ନାୟକ
କେନ୍ଦୁଝର ଜିଲ୍ଲା ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ଓ ବାସୁଦେବପୁରରୁ ବାଣିକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି
ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଆଉ ରହିଲା ୩
ଭୋଗରାଇରୁ ପ୍ରାର୍ଥୀ ହେଲେ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରାର୍ଥୀ ହେଲେ ପ୍ରଦୀପ ସାହୁ
ଜଳୁଛି ଉତ୍ତରାଖଣ୍ଡ ଜଙ୍ଗଲ, ବାୟୂସେନାର ସାହାଯ୍ୟ ନେଲା ପ୍ରଶାସନ
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି
୪୨ ଡିଗ୍ରି ଉପରେ ୫ ସହର, ଭୁବନେଶ୍ବରରେ ତାପମାତ୍ରା ୪୪.୬ଡିଗ୍ରି ରେକର୍ଡ
୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି
ଲୁଣା ନଦୀରେ ଅଘଟଣ; ବୁଡିଗଲେ ଦୁଇ ସାଙ୍ଗ, ଜଣେ ଉଦ୍ଧାର
ପୁରୀରେ ବ୍ୟାପିଲା ଝାଡ଼ାବାନ୍ତି, ଗଲାଣି ୨ ଜୀବନ

ଓଡିଶାରେ ତାତି ଆହୁରି ବଢ଼ିବ

0

ଆହୁରି ୫ ଦିନ ରହିପାରେ ଟାଣ ଖରା । ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ବଢିପାରେ ତାତି । ଆଜି ୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ଅନୁଗୁଳ ଓ ବଲାଙ୍ଗୀର ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇପାରେ । ୩୦ ତାରିଖ ଯାଏଁ ଏସବୁ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଗତକାଲି ସବୁଠୁ ଉତ୍ତପ୍ତ ସହର ହୋଇଥିଲା ବୌଦ୍ଧ ଜିଲ୍ଲା । ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୪ ଦଶମିକ ୫ ଡିଗ୍ରୀ ରେକର୍ଡ କରାଯାଇଥିଲା । ଝାରସୁଗୁଡାରେ ୪୩ ଦଶମିକ ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା । ୯ଟି ସ୍ଥାନର ତାପମାତ୍ରା ୪୩ ଡିଗ୍ରୀ ପାର କରିଥିଲା । ସେହିପରି ୪୨ ଡିଗ୍ରୀ ଉପରେ ୧୪ ସହର ରହିଥିବା ବେଳେ ୪୦ ଡିଗ୍ରୀ ଉପରେ ୨୨ଟି ସହରର ତାପମାତ୍ରା ରେକର୍ଡ କରାଯାଇଥିଲା ।

ଏଭଳି ତାତି ଆଗକୁ କମିବାର ସମ୍ଭାବନା ବି ନାହିଁ । ଆହୁରି ୫ଦିନ ତାତି ଜାରି ରହିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଆହୁରି ବଢ଼ିବ । ରାଜ୍ୟରେ ତାତିକୁ ନେଇ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଏଭଳି ପୂର୍ବାନୁମାନ କରିଛନ୍ତି । ସେ କହିଛନ୍ତି, ୩୦ ତାରିଖ ଯାଏ ଆଭ୍ୟନ୍ତରୀଣ ଓଡିଶାରେ ଏଭଳି ଭୀଷଣ ଗ୍ରୀଷ୍ମ ଲହରୀ ଜାରି ରହିବ । ବୈଶାଖ ଓ ଜ୍ୟେଷ୍ଠ ମାସରେ ତାପମାତ୍ରା ଅଧିକ ରୁହେ । ତେବେ ୩୦ ତାରିଖ ଭିତରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ ବୋଲି ସେ କହିଛନ୍ତି ।

Leave A Reply

Your email address will not be published.