ପ୍ରମୁଖ ଖବର

ସୁନ୍ଦରଗଡ଼ରେ ପ୍ରଚଣ୍ଡ ରୌଦ୍ରତାପ: ଅଂଶୁଘାତରେ ୨୮ ଆକ୍ରାନ୍ତ, ଡାକ୍ତରଖାନାରେ ଭର୍ତ୍ତି
ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଓଲଟିଲା ବସ୍‌, ୨୧ ଯବାନ ଆହତ
ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା: କଟିଲା ତିନି ପୂର୍ବତନ ମନ୍ତ୍ରୀଙ୍କ ଟିକେଟ
ବାଲେଶ୍ବର ଜିଲ୍ଲା ନୀଳଗିରି ଚିକିତ୍ସାଳୟ ସମ୍ମୁଖରେ କ୍ଷୀର ଗାଡ଼ି ଧକ୍କାରେ କାର୍ଯ୍ୟରତ ହୋମଗାର୍ଡଙ୍କ ମୃତ୍ୟୁ, ମୃତକ ଛୋଟକାନପୁର ଅଞ୍ଚଳ ଲକ୍ଷ୍ମୀଧର ଜେନା ଏବଂ ତାଙ୍କର ବୟସ ୫୫ ବୋଲି ସୂଚନା ମିଳୁଛି
ମହାନଦୀ ଡଙ୍ଗାବୁଡ଼ି ଘଟଣା: ମିଳିଲା ଆଉ ୩ ଜଣଙ୍କ ମୃତଦେହ, ଏବେବି ୪ ନିଖୋଜ

ନୀଳମାଧବ ପୀଠର ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

0
  • ୧୦୦ କୋଟି ଟଙ୍କା ଖର୍ଚ୍ଚହେବ , ୧୮ ମାସରେ କାମ ସରିବ
  • କଣ୍ଟିଲୋ ଜନସାଧାରଣଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ
  • ପ୍ରକଳ୍ପର ସଫଳ କାର୍ଯ୍ୟକାରୀତା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହଯୋଗ କାମନା କରିଛନ୍ତି ।

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ନୀଳମାଧବ ପୀଠର ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଉପରେ ବିଚାର ବିମର୍ଷ ପରେ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଥିଲେ । ଜଗନ୍ନାଥ ସଂସ୍କୃତି ସହ ନୀଳମାଧବ ପୀଠର ନିବିଡ ସଂପର୍କ ରହିଛି । ବିଶ୍ବାସ କରାଯାଏ ଯେ ନୀଳମାଧବ ପୀଠ ବ୍ରହ୍ମାଦ୍ରୀ ପର୍ବତରେ ମହାପ୍ରଭୁ ନୀଳମଣି ଭାବରେ ଶବର ରାଜା ବିଶ୍ବାବସୁଙ୍କ ଦ୍ବାରା ପୂଜା ପାଉଥିଲେ । ମହାପ୍ରଭୁଙ୍କ ଏହି ଆଦିରୂପକୁ ଦର୍ଶନ କରିବା ପାଇଁ ପ୍ରତିଦିନ ହଜାର ହଜାର ଭକ୍ତ ନୀଳମାଧବ ପୀଠକୁ ଆସିଥାନ୍ତି । ବ୍ରହ୍ମାଦ୍ରୀ ପର୍ବତର ଉତ୍ତର ଦିଗରେ ମହାନଦୀର ଭୀମକାନ୍ତ ରୂପ ଅତ୍ୟନ୍ତ ରମଣୀୟ । ପର୍ଯ୍ୟଟକ ମାନଙ୍କ ପାଇଁ ମଧ୍ୟ ଏହି ସ୍ଥାନ ଅନ୍ୟତମ ପ୍ରମୁଖ ଆକର୍ଷଣ। ଏହି ପବିତ୍ର ପୀଠର ସୁବ୍ୟବସ୍ଥିତ ବିକାଶ ଦ୍ବାରା ଭକ୍ତ ଓ ପର୍ଯ୍ୟଟକ ସହିତ ସ୍ଥାନୀୟ ଅଞ୍ଚଳର ଅର୍ଥନୈତିକ ବିକାଶରେ ମଧ୍ୟ ସହାୟକ ହେବ ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଗତ ସପ୍ତାହରେ ନୀଳମାଧବ ପୀଠ ପରିଦର୍ଶନ କରି ବିକାଶ ଯୋଜନା ସଂପର୍କରେ ସେବାୟତ ତଥା ସ୍ଥାନୀୟ ଜନସାଧାରଣଙ୍କ ଓ ଜିଲ୍ଲା ପ୍ରଶାସନ ସହ ବିସ୍ତୃତ ଆଲୋଚନା କରି ମାଷ୍ଟର ପ୍ଲାନ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ମାଷ୍ଟରପ୍ଲାନରେ ମୁଖ୍ୟତଃ ମନ୍ଦିରର ପୁନରୁଦ୍ଧାର,ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପରିକ୍ରମା ପଥ, ଚନ୍ଦନ ପୁଷ୍କରିଣୀର ପୁନଃରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ସହିତ ଚତୁପାର୍ଶ୍ବ ରାସ୍ତାର ଉନ୍ନତୀକରଣ, ଛାୟାପ୍ରଦ ବୃକ୍ଷ, ଉଦ୍ୟାନ,ପାର୍କିଂ, ମହାନଦୀର କୂଳ ସୁରକ୍ଷା ଓ ନଦୀପାର୍ଶ୍ବର ସୌନ୍ଦର୍ଯ୍ୟକରଣ ଆଦି ବିଷୟରେ ଗୁରୁତ୍ବ ଦିଆଯାଇଛି । ମନ୍ଦିରକୁ ଯାଇଥିବା ତିଖା ପାହାଚ ଶ୍ରେଣୀର ପୁନରୁଦ୍ଧାର କରାଯାଇ ଭକ୍ତ ମାନେ ଯେପରି ସୁବିଧା ରେ ଯାଇ ପାରିବେ ତଦନୁଯାୟୀ ବିକାଶ କରାଯିବ।

ଏହା ସହିତ ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଚାରି ଦ୍ବାରର ଉନ୍ନତୀକରଣ କରାଯିବ । ବୟସ୍କ ଓ ଭିନ୍ନକ୍ଷମ ମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ, ସେଥିପାଇଁ ପଶ୍ଚିମ ଦ୍ୱାରରେ ଲିଫ୍ଟ ଓ ସ୍କାଏବ୍ରିଜ ସୁବିଧାର ବିକାଶ କରାଯିବ । ମନ୍ଦିର ପରିସର ଓ ଆଖପାଖ ଅଞ୍ଚଳରେ ଖଣ୍ଡାଲାଇଟ ପଥର ବିଛାଯିବା ସହିତ ମନ୍ଦିର ଓ ଠାକୁରଙ୍କ ବଗିଚାର ବିକାଶ କରାଯିବ । ଏହାସହିତ ରାସବିହାରୀ ମଣ୍ଡପ, ରଘୁନାଥ ମଠ ଓ ବାଟମଙ୍ଗଳା ମନ୍ଦିରର ମଧ୍ୟ ବିକାଶ କରାଯିବ । ଯାତ୍ରୀମାନଙ୍କ ଜିନିଷପତ୍ର ରଖିବା ନିମନ୍ତେ ବ୍ୟବସ୍ଥା ଏବଂ ପଦପ୍ରକ୍ଷାଳନ ବ୍ୟବସ୍ଥାର ମଧ୍ୟ ନିର୍ମାଣ କରାଯିବ । ମନ୍ଦିରକୁ ପ୍ରବେଶ ପାଇଁ ପୂର୍ବ ଓ ପଶ୍ଚିମ ପାର୍ଶ୍ବ ସଡକର ପ୍ରଶସ୍ତିକରଣ କରାଯିବ। ପୂର୍ବ ପାର୍ଶ୍ବ ସଡକକୁ ୯ ମିଟର ଓ ପଶ୍ଚିମ ପାର୍ଶ୍ବ ସଡକକୁ ୧୨ ମିଟର ପ୍ରଶସ୍ଥ କରାଯିବ।

ମହାନଦୀର କୁଳକ୍ଷୟରୁ ମନ୍ଦିରକୁ ସୁରକ୍ଷା ଯୋଗାଇବା ପାଇଁ ୪ଶହ ମିଟର ପ୍ରୋଟେକଟିଭ୍ ପ୍ରାଚୀର ନିର୍ମାଣ କରାଯିବ । ଏହି ପ୍ରକଳ୍ପ ପାଇଁ ସମୁଦାୟ ଦୁଇ ଏକର ଜମି ଆବଶ୍ୟକ ପଡିବ। ଏଥିନିମନ୍ତେ ଜିଲ୍ଲା ପ୍ରଶାସନ ପୁନର୍ବାସ ଓ ଥଇଥାନ ନୀତି ଅନୁଯାୟୀ ଜମି ଅଧିଗ୍ରହଣ କରିବେ । ପୂର୍ତ୍ତ ବିଭାଗ ଜରିଆରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ମହାନଦୀ କୁଳକ୍ଷୟ ରୋକିବା ପାଇଁ ପ୍ରୋଟେକଟିଭ୍ ପ୍ରାଚୀର ଜଳସମ୍ପଦ ବିଭାଗ ନିର୍ମାଣ କରିବ ।

ଆଜିର ଏହି ବୈଠକକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବୈଠକରେ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ବୀର ବିକ୍ରମ ଯାଦବ ପ୍ରକଳ୍ପ ସଂପର୍କରେ ଉପସ୍ଥାପନା ରଖିଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଜଳସଂପଦ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ଓ ନୟାଗଡ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.