ଭୁବନେଶ୍ୱର: ଜଣାଶୁଣା ଟିଭି ଉପସ୍ଥାପକ, ବୈଦ୍ୟୁତିକ ଗଣମାଧ୍ୟମର ବରିଷ୍ଠ ସାମ୍ବାଦିକ ସ୍ୱୟଂପ୍ରକାଶ ମହାପାତ୍ର ବୁଧବାର ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଦଳର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବରେ ଦଳରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଶାସନ ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ଯୋଗ ଦେଇଛନ୍ତି ଓ ଦଳ ତାଙ୍କୁ ଯେଉଁ ଦାୟିତ୍ୱ ଦେବ ତାହା ସେ ନିର୍ବାହ କରିବେ ବୋଲି କହିଛନ୍ତି। ଗତ ପ୍ରାୟ ୧ ଦଶନ୍ଧି ଧରି ଶ୍ରୀ ମହାପାତ୍ର ଏକାଧିକ ଓଡ଼ିଆ ବୈଦ୍ୟୁତିକ ଗଣମାଧ୍ୟମରେ ବିଭିନ୍ନ ପଦରେ କାର୍ଯ୍ୟ କରିଛନ୍ତି।
ପ୍ରମୁଖ ଖବର
ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ