ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଆସନ୍ତା କାଲିଠାରୁ ମୁଖ୍ୟମନ୍ତ୍ରୀଙ୍କ ୫ଦିନିଆ ଦିଲ୍ଲୀ ଗସ୍ତ

0

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲିଠୁ ୫ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ଦିନିକିଆ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ୨୦୧୬ ଏପ୍ରିଲ ୨୪ ତାରିଖରେ ଶେଷଥର ପାଇଁ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତିମାନଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆସନ୍ତାକାଲି ଅପରାହ୍ନ ସାଢ଼େ ୧ଟାରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିବେ । ଏପ୍ରିଲ ୩୦ତାରିଖ ପୂର୍ବାହ୍ନ ୧୦ଟାରେ ନୂଆଦିଲ୍ଲୀର ବିଜ୍ଞାନଭବନ ପରିସରରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀରେ ଯୋଗ ଦେବେ । ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ମେ ୨ତାରିଖରେ ଭାରତ ସରକାରଙ୍କ ଅନୁମତି ଅପେକ୍ଷାରେ ପଡ଼ି ରହିଥିବା ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବେ ବୋଲି ଜଣାପଡ଼ିଛି । ୩ ତାରିଖ ଅପରାହ୍ନ ସାଢ଼େ ୧ଟାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.