ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ଆସନ୍ତା କାଲିଠାରୁ ମୁଖ୍ୟମନ୍ତ୍ରୀଙ୍କ ୫ଦିନିଆ ଦିଲ୍ଲୀ ଗସ୍ତ

0

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲିଠୁ ୫ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ଦିନିକିଆ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ୨୦୧୬ ଏପ୍ରିଲ ୨୪ ତାରିଖରେ ଶେଷଥର ପାଇଁ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତିମାନଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆସନ୍ତାକାଲି ଅପରାହ୍ନ ସାଢ଼େ ୧ଟାରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିବେ । ଏପ୍ରିଲ ୩୦ତାରିଖ ପୂର୍ବାହ୍ନ ୧୦ଟାରେ ନୂଆଦିଲ୍ଲୀର ବିଜ୍ଞାନଭବନ ପରିସରରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀରେ ଯୋଗ ଦେବେ । ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ମେ ୨ତାରିଖରେ ଭାରତ ସରକାରଙ୍କ ଅନୁମତି ଅପେକ୍ଷାରେ ପଡ଼ି ରହିଥିବା ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବେ ବୋଲି ଜଣାପଡ଼ିଛି । ୩ ତାରିଖ ଅପରାହ୍ନ ସାଢ଼େ ୧ଟାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.