ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଆରମ୍ଭ ହୋଇଗଲା ମାଟ୍ରିକ ପରୀକ୍ଷା

0

ରାଜ୍ୟରେ ମେଟ୍ରିକ, ମଧ୍ୟମା, ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ପରୀକ୍ଷାର୍ଥୀଙ୍କ ଭିତରେ ଉତ୍ସାହ ଅନୁଭୂତ ହୋଇଛି। ଦୁଇ ବର୍ଷ ପରେ ପୁଣି ଅଫଲାଇନ୍‌ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ  । ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । କପି ରୋକିବାକୁ ୬୫ଟି ଫ୍ଲାଇଂ ସ୍କ୍ୱାର୍ଡର ବ୍ୟବସ୍ଥା ହୋଇଛି । ପ୍ରଚଣ୍ଡ ତାତିକୁ ଦୃଷ୍ଟିରେ ରଖି ଏଥର ଦ୍ୱିତୀୟ ସିଟିଂରେ ପରୀକ୍ଷା ନ କରିବାକୁ ନିଷ୍ପତ୍ତି ନେଇଛି ଗଣଶିକ୍ଷା ବିଭାଗ। କୋଭିଡ ନିୟମ ଅନୁସାରେ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ ଓ ସିଟିଂ ଆରେଞ୍ଜମେଣ୍ଟ ବ୍ୟବସ୍ଥା ମଧ୍ୟ କରାଯାଇଛି

ପ୍ରଥମ ଦିନ ସକାଳ ୭ଟାରୁ ଏବଂ ଅନ୍ୟ ଦିନ ୭ଟା ୧୫ରୁ ଖୋଲିବ ପରୀକ୍ଷା କେନ୍ଦ୍ର । ପିଲାଙ୍କୁ ପରୀକ୍ଷା ଆରମ୍ଭର ୧୫ ମିନିଟ୍ ପୂର୍ବରୁ ଅର୍ଥାତ ସକାଳ ୭ଟା ୪୫ରେ ପ୍ରଶ୍ନପତ୍ର ଦିଆଯିବ । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ପରୀକ୍ଷା ସକାଳ ୮ଟାରୁ ୯ଟା ପର୍ଯ୍ୟନ୍ତ ଚାଲିବ । କେବଳ ଗଣିତରେ ପିଲାଙ୍କୁ ଅତିରିକ୍ତ ୧୫ ମିନିଟ୍ ସମୟ ମିଳିବ।

ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ବାରଣ କରାଯାଇଛି  । ଛାତ୍ରଛାତ୍ରୀ, ପରୀକ୍ଷା ଦାୟିତ୍ୱରେ ଥିବା ଶିକ୍ଷକଶିକ୍ଷୟିତ୍ରୀ ଏପରିକି କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟ ମଧ୍ୟ ପରୀକ୍ଷା ସମୟରେ ମୋବାଇଲ୍ ବ୍ୟବହାର କରିପାରିବେ ନାହିଁ ବୋଲି ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସଠିକ୍ ଭାବେ ପରୀକ୍ଷା ପରିଚାଳନା ପାଇଁ ବୋର୍ଡ, ଜିଲ୍ଲା ଶିକ୍ଷାଧିକାରୀ, ଗଣଶିକ୍ଷା ବିଭାଗ, ଜିଲ୍ଲା ପ୍ରଶାସନ ପକ୍ଷରୁ ୪ସ୍ତରୀୟ ସ୍କ୍ୱାଡ୍ ଗଠନ କରାଯାଇଛି  । ପରୀକ୍ଷା ସରିବାର ୨ ଘଣ୍ଟା ମଧ୍ୟରେ ପରୀକ୍ଷା ସଂପର୍କିତ ସମସ୍ତ ସୂଚନା କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟ ବୋର୍ଡ କାର୍ଯ୍ୟାଳୟକୁ ଅନ୍‌ଲାଇନ୍‌ରେ ପଠାଇବାକୁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ପରୀକ୍ଷା ପରିଚାଳନା ପାଇଁ ରାଜ୍ୟର ୩୫ ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିୟୋଜିତ କରାଯାଇଛି ।

Leave A Reply

Your email address will not be published.