ପ୍ରମୁଖ ଖବର

ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ଦୂରଗାମୀ କ୍ରୁଜ୍‌ ମିସାଇଲ
ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ଆଜି ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି
ଆସନ୍ତାକାଲି ଛତିଶଗଡରେ ମତଦାନ, ସୀମା ସିଲ ଓ ହାଇ ଆଲର୍ଟ ଜାରି କଲା ମାଲକାନଗିରି ପୁଲିସ
ଆରପାରିରେ ବିଶିଷ୍ଟ ଅଭିନେତା, ନାଟ୍ୟକାର ତଥା ନିର୍ଦ୍ଦେଶକ ସଚ୍ଚି ଦାସ
ଦିନ ୨ଟା ୩୦ରେ ଭୁବନେଶ୍ବର ଉତ୍ତପ୍ତ ସହର, ତାପମାତ୍ରା ୪୩.୬ ଡିଗ୍ରି ରେକର୍ଡ
ଲଢ଼ିବେନି ପ୍ରସାଦ ହରିଚନ୍ଦନ, ମନୋଜ ରଥ ସତ୍ୟବାଦୀରୁ କଂଗ୍ରେସ ପ୍ରାର୍ଥୀ
କଂଗ୍ରେସରେ ଯୋଗଦେଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡ଼ି ବିଧାୟିକା ସିପ୍ରା ମଲ୍ଲିକ, କଂଗ୍ରେସ ଭବନ ଆସି ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କଲେ

ନିର୍ମାଣଧିନ କୋଠାରୁ ମିଳିଲା ସିକ୍ୟୁରିଟ ଗାର୍ଡର ମୃତଦେହ

0

ରାଜଧାନୀର ଅଶୋକ ନଗରରେ ଥିବା ବାସୁଦେବ ଟ୍ରେଡ ସେଣ୍ଟରରେ ସିକ୍ୟୁରିଟି ଗାର୍ଡ ଭାବେ କାମ କରୁଥିବା ସନ୍ତୋଷ ରାଉତଙ୍କ ମୃତଦେହ ମିଳିଛି। କୁହାଯାଉଛି ରାତିରେ କିଏ ଛାତ ଉପରୁ ଠେଲି ଦେଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଛି।

ମୃତ ସିକ୍ୟୁରିଟି ଗାର୍ଡଙ୍କ ନାଁ ସନ୍ତୋଷ କୁମାର ରାଉତ। ତାଙ୍କୁ ୩୨ ବର୍ଷ ହୋଇଥିଲା। ତାଙ୍କ ଘର ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଅନ୍ତର୍ଗତ ଛଚିନାରେ। ସେ ମାସେ ହେଲା ଅଶୋକ ନଗରର ଏହି ନିର୍ମାଣାଧୀନ କୋଠାରେ ସିକ୍ୟୁରିଟି ଗାର୍ଡ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ କାନ, ମୁହଁରେ ଆଘାତ ଲାଗିଥିବା ବେଳେ ବହୁତ ରକ୍ତସ୍ରାବ ହୋଇଥିଲା। ତେବେ କେଉଁ ପରିସ୍ଥିତିରେ ତାଙ୍କ ସହିତ ଏମିତି ଏକ ଘଟଣା ଘଟିଲା, ତାହା ସ୍ପଷ୍ଟ ହୋଇନି।

ପୁଲିସ୍ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳକୁ ଯାଇ ତଦନ୍ତ କରୁଛନ୍ତି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି କୁହାଯାଉଛି। ସେହିଭଳି ଉକ୍ତ କୋଠାରେ ଲାଗିଥିବା ସିସିଟିଭିକୁ ପୁଲିସ୍ ଜବତ କରିଛି।

Leave A Reply

Your email address will not be published.