ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ବ୍ରଜରାଜନଗରରେ ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

0

ବିଜେଡି ବିଧାୟକ କିଶୋର କୁମାର ମହାନ୍ତିଙ୍କ ମୃତ୍ୟୁ ପରେ ଖାଲି ପଡ଼ିଥିବା ବ୍ରଜରାଜନଗର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ। ମେ’ ୩୧ ତାରିଖରେ ଏଠାରେ ପଡ଼ିବ ଭୋଟ୍‌। ଆଜି ଭାରତୀୟ ନିର୍ବାଚନ କମିଶନ ଏନେଇ ଘୋଷଣା କରିଛନ୍ତି। ଏହା ସହିତ ଝାରସୁଗୁଡ଼ା ଜିଲ୍ଲାରେ ଆଜିଠାରୁ ନିର୍ବାଚନ ଆଚରଣବିଧି ଲାଗୁ ହୋଇଯାଇଛି।

ନିର୍ବାଚନ କମିଶନଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ବ୍ରଜରାଜନଗର ଉପନିର୍ବାଚନ ପାଇଁ ମେ’ ୪ ତାରିଖରେ ପ୍ରକାଶ ପାଇବ ଗେଜେଟ ବିଜ୍ଞପ୍ତି। ମେ’ ୧୧ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ। ମେ’ ୧୨ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ୧୭ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ଚାହିଁଲେ ସେମାନଙ୍କ ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ। ଏହା ପରେ ମେ’ ୩୧ରେ ଭୋଟ୍ ଗ୍ରହଣ କରାଯିବ। ଜୁନ୍ ୩ରେ ଭୋଟ୍ ଗଣତି ହେବ।

ବ୍ରଜରାଜନଗର ଉପ-ନିର୍ବାଚନ ଲଢ଼ିବା ପାଇଁ ସ୍ୱର୍ଗତ କିଶୋର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତି ଆଶାୟୀ ଥିବା ବେଳେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ମଧ୍ୟ ବିଜେଡି ତରଫରୁ ଟିକେଟ୍ ପାଇଁ ଆଶା ରଖିଥିବା ଆଲୋଚନା ହେଉଛି। ସ୍ୱର୍ଗତ ମହାନ୍ତିଙ୍କ ପତ୍ନୀ ଏନେଇ ଗଣମାଧ୍ୟମ ଆଗରେ ଖୋଲାଖୋଲି ତାଙ୍କ ମତ ରଖିସାରିଛନ୍ତି। ସେ ଟିକେଟ୍ ପାଇବାର ଯଥେଷ୍ଟ ସମ୍ଭାବନା ରହିଛି। ତେବେ ବିଜେଡି କାହାକୁ ଏଠାରୁ ଟିକେଟ୍ ଦେବ, ତାହା ଆଉ କିଛି ଦିନ ମଧ୍ୟରେ ସ୍ପଷ୍ଟ ହୋଇଯିବ।

Leave A Reply

Your email address will not be published.