ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବ୍ରଜରାଜନଗରରେ ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

0

ବିଜେଡି ବିଧାୟକ କିଶୋର କୁମାର ମହାନ୍ତିଙ୍କ ମୃତ୍ୟୁ ପରେ ଖାଲି ପଡ଼ିଥିବା ବ୍ରଜରାଜନଗର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ। ମେ’ ୩୧ ତାରିଖରେ ଏଠାରେ ପଡ଼ିବ ଭୋଟ୍‌। ଆଜି ଭାରତୀୟ ନିର୍ବାଚନ କମିଶନ ଏନେଇ ଘୋଷଣା କରିଛନ୍ତି। ଏହା ସହିତ ଝାରସୁଗୁଡ଼ା ଜିଲ୍ଲାରେ ଆଜିଠାରୁ ନିର୍ବାଚନ ଆଚରଣବିଧି ଲାଗୁ ହୋଇଯାଇଛି।

ନିର୍ବାଚନ କମିଶନଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ବ୍ରଜରାଜନଗର ଉପନିର୍ବାଚନ ପାଇଁ ମେ’ ୪ ତାରିଖରେ ପ୍ରକାଶ ପାଇବ ଗେଜେଟ ବିଜ୍ଞପ୍ତି। ମେ’ ୧୧ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ। ମେ’ ୧୨ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ୧୭ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ଚାହିଁଲେ ସେମାନଙ୍କ ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ। ଏହା ପରେ ମେ’ ୩୧ରେ ଭୋଟ୍ ଗ୍ରହଣ କରାଯିବ। ଜୁନ୍ ୩ରେ ଭୋଟ୍ ଗଣତି ହେବ।

ବ୍ରଜରାଜନଗର ଉପ-ନିର୍ବାଚନ ଲଢ଼ିବା ପାଇଁ ସ୍ୱର୍ଗତ କିଶୋର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତି ଆଶାୟୀ ଥିବା ବେଳେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ମଧ୍ୟ ବିଜେଡି ତରଫରୁ ଟିକେଟ୍ ପାଇଁ ଆଶା ରଖିଥିବା ଆଲୋଚନା ହେଉଛି। ସ୍ୱର୍ଗତ ମହାନ୍ତିଙ୍କ ପତ୍ନୀ ଏନେଇ ଗଣମାଧ୍ୟମ ଆଗରେ ଖୋଲାଖୋଲି ତାଙ୍କ ମତ ରଖିସାରିଛନ୍ତି। ସେ ଟିକେଟ୍ ପାଇବାର ଯଥେଷ୍ଟ ସମ୍ଭାବନା ରହିଛି। ତେବେ ବିଜେଡି କାହାକୁ ଏଠାରୁ ଟିକେଟ୍ ଦେବ, ତାହା ଆଉ କିଛି ଦିନ ମଧ୍ୟରେ ସ୍ପଷ୍ଟ ହୋଇଯିବ।

Leave A Reply

Your email address will not be published.