ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଦକ୍ଷିଣ ଆଣ୍ଡାମାନରେ ସୃଷ୍ଟି ଘୂର୍ଣ୍ଣିବଳୟ ନେବ କି ବାତ୍ୟାର ରୂପ?

0

ଦକ୍ଷିଣ ଆଣ୍ଡାମାନସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଜି ସକାଳ ୫ଟା ୩୦ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହା ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ବ୍ୟାପିଛି। ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ତାରିଖ ବେଳକୁ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ଅଧିକ ସ୍ପଷ୍ଟ ହେବ। ଘୂର୍ଣ୍ଣିବଳୟର ପ୍ରଭାବ ନେଇ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି, ବର୍ତ୍ତମାନ ତୀବ୍ରତା ଓ କେଉଁ ଆଡ଼କୁ ଯିବ ଆକଳନ କରାଯାଇନାହିଁ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ଆକଳନ କରାଯାଇପାରିବ। ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସହ ବର୍ତ୍ତମାନ ତାତିର କୌଣସି ସମ୍ପର୍କ ନାହିଁ।

ସେ ଆହୁରି କହିଛନ୍ତି, ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ। ରାଜ୍ୟରେ ହିଟ୍‌ୱେଭ୍ ନେଇ କୌଣସି ସମ୍ଭାବନା ନାହିଁ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ଓ ପବନ  ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.