ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ଦକ୍ଷିଣ ଆଣ୍ଡାମାନରେ ସୃଷ୍ଟି ଘୂର୍ଣ୍ଣିବଳୟ ନେବ କି ବାତ୍ୟାର ରୂପ?

0

ଦକ୍ଷିଣ ଆଣ୍ଡାମାନସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଜି ସକାଳ ୫ଟା ୩୦ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହା ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ବ୍ୟାପିଛି। ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ତାରିଖ ବେଳକୁ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ଅଧିକ ସ୍ପଷ୍ଟ ହେବ। ଘୂର୍ଣ୍ଣିବଳୟର ପ୍ରଭାବ ନେଇ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି, ବର୍ତ୍ତମାନ ତୀବ୍ରତା ଓ କେଉଁ ଆଡ଼କୁ ଯିବ ଆକଳନ କରାଯାଇନାହିଁ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ଆକଳନ କରାଯାଇପାରିବ। ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସହ ବର୍ତ୍ତମାନ ତାତିର କୌଣସି ସମ୍ପର୍କ ନାହିଁ।

ସେ ଆହୁରି କହିଛନ୍ତି, ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ। ରାଜ୍ୟରେ ହିଟ୍‌ୱେଭ୍ ନେଇ କୌଣସି ସମ୍ଭାବନା ନାହିଁ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ଓ ପବନ  ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.