ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ସହୀଦ ପରିବାରଙ୍କୁ ଅନୁକମ୍ପା ମୂଳକ ସହାୟତା ରାଶି ଦଶ ଲକ୍ଷ ଟଙ୍କା କୁ ବୃଦ୍ଧି

0

ଭୁବନେଶ୍ୱର; ଯୁଦ୍ଧ ତଥା ଉଗ୍ରବାଦ ର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହୀଦ ଓଡ଼ିଆ ଯବାନ ମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣ କୁ ପାଞ୍ଚ ଲକ୍ଷ ଟଙ୍କା ରୁ ଦଶ ଲକ୍ଷ ଟଙ୍କା କୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଶ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ ସମାରିକ ତଥା ଅର୍ଦ୍ଧ ସମାରିକ ବାହିନୀ ରେ ରହି ଦେଶ ପାଇଁ ପ୍ରାଣବଳୀ ଦେଉଥିବା ଯବାନ ଓ ଅଫିସର ମାନଙ୍କ ପରିବାର ର କଲ୍ୟାଣ ପାଇଁ ରାଜ୍ୟ ସରକାର କାର୍ଗିଲ ଯୁଦ୍ଧ ସମୟରୁ ସହୀଦ ପରିବାର କଲ୍ୟାଣ ପାଇଁ ଏକ ସହାୟତା ପାଣ୍ଠି ଗଠନ କରିଛନ୍ତି। ପ୍ରାଥମିକ ଭାବ ରେ ଏହି ସହାୟତା ରାଶି ଏକ ଲକ୍ଷ ଟଙ୍କା ଥିବା ବେଳେ 2010 ଓ 2012 ରେ ଏହାକୁ ଯଥା କ୍ରମେ ଦୁଇ ଲକ୍ଷ, ଓ ପାଞ୍ଚ ଲକ୍ଷ ଟଙ୍କା କୁ ବୃଦ୍ଧି କରାଯାଇଥିଲା .

Leave A Reply

Your email address will not be published.