ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ସହୀଦ ପରିବାରଙ୍କୁ ଅନୁକମ୍ପା ମୂଳକ ସହାୟତା ରାଶି ଦଶ ଲକ୍ଷ ଟଙ୍କା କୁ ବୃଦ୍ଧି

0

ଭୁବନେଶ୍ୱର; ଯୁଦ୍ଧ ତଥା ଉଗ୍ରବାଦ ର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହୀଦ ଓଡ଼ିଆ ଯବାନ ମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣ କୁ ପାଞ୍ଚ ଲକ୍ଷ ଟଙ୍କା ରୁ ଦଶ ଲକ୍ଷ ଟଙ୍କା କୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଶ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ ସମାରିକ ତଥା ଅର୍ଦ୍ଧ ସମାରିକ ବାହିନୀ ରେ ରହି ଦେଶ ପାଇଁ ପ୍ରାଣବଳୀ ଦେଉଥିବା ଯବାନ ଓ ଅଫିସର ମାନଙ୍କ ପରିବାର ର କଲ୍ୟାଣ ପାଇଁ ରାଜ୍ୟ ସରକାର କାର୍ଗିଲ ଯୁଦ୍ଧ ସମୟରୁ ସହୀଦ ପରିବାର କଲ୍ୟାଣ ପାଇଁ ଏକ ସହାୟତା ପାଣ୍ଠି ଗଠନ କରିଛନ୍ତି। ପ୍ରାଥମିକ ଭାବ ରେ ଏହି ସହାୟତା ରାଶି ଏକ ଲକ୍ଷ ଟଙ୍କା ଥିବା ବେଳେ 2010 ଓ 2012 ରେ ଏହାକୁ ଯଥା କ୍ରମେ ଦୁଇ ଲକ୍ଷ, ଓ ପାଞ୍ଚ ଲକ୍ଷ ଟଙ୍କା କୁ ବୃଦ୍ଧି କରାଯାଇଥିଲା .

Leave A Reply

Your email address will not be published.