ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଅବପାତ ପରେ ସ୍ପଷ୍ଟ ହେବ ବାତ୍ୟାର ଚିତ୍ର

0

ଆଜି ସକାଳେ ଦକ୍ଷିଣ ଆଣ୍ଡମାନ ସାଗର ଓ ତତ୍ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି କ୍ଷେତ୍ର ଅଧିକ ଘନୀଭୂତ ହୋଇ ରହିଛି। ଆସନ୍ତା କାଲି ସନ୍ଧ୍ୟା ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ରେ ଡିପ୍ରେସନ୍ ରେ ପରିଣତ ହେବ ।ଏହା ପରେ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ୮ ତାରିଖ ସନ୍ଧ୍ୟା ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ ବାତ୍ୟା ରେ ପରିଣତ ହେବା ସମ୍ଭାବନା ରହିଛି।

ଅବପାତରେ ପରିଣତ ହେବା ପରେ ସମ୍ଭାବ୍ୟ ବାତ୍ୟାର ଗତିପଥ ସ୍ପଷ୍ଟ ହେବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଅବପାତଟି ୮ ତାରିଖ ଅର୍ଥାତ୍ ଆସନ୍ତାକାଲି ସଂଧ୍ୟାରେ ବାତ୍ୟାରେ ରୂପାନ୍ତରିତ ହୋଇପାରେ । ତେବେ ସମ୍ଭାବ୍ୟ ବାତ୍ୟା ପ୍ରଭାବ ରେ ଓଡ଼ିଶା ରେ ୯ ତାରିଖ ରୁ ପାଗ ରେ ପରିବର୍ତ୍ତନ ଆସିବା ସହ ୧୦-୧୧ ରେ ଉପକୂଳ ଓ ଆଖପାଖ ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଓଡ଼ିଶା ଉପକୂଳ ରେ ପବନ ର ବେଗ କେତେ ରହିବ, ଜୁଆର ର କଣ ପ୍ରଭାବ ରହିବ ତାହା ବାତ୍ୟା ର ଗତିପଥ ସ୍ପଷ୍ଟ ହେବା ପରେ ସୂଚନା ମିଳିବ।

 ସେପଟେ ସମ୍ଭାବ୍ୟ ବାତ୍ୟା ଓ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ବୋଲି କହିଛନ୍ତି ସ୍ବତନ୍ତ୍ର ରିଲିଫ କମିସନର ପ୍ରଦୀପ ଜେନା। ସେ କହିଛନ୍ତି, ଆଇଏମ୍‌ଡି ପକ୍ଷରୁ ବାତ୍ୟାର ଗତିପଥ ନେଇ ସ୍ପଷ୍ଟ ସୂଚନା ମିଳିବା ପରେ ସେହି ଅନୁଯାୟୀ NDRF, ଓଡ୍ରାଫ୍ ଟିମ୍ ମୁତୟନ ପାଇଁ ପ୍ଲାନ କରାଯିବ । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୧୦ ତାରିଖରେ ଗଂଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁରରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ । ତେବେ କୌଣସି ବି ପରିସ୍ଥିତିର ମୁକାବିଲା ପାଇଁ ଆମେ ପ୍ରସ୍ତୁତ ବୋଲି କହିଛନ୍ତି ଏସ୍ଆରସି ପ୍ରଦୀପ ଜେନା ।

୯ ତାରିଖରୁ ସମୁଦ୍ର ଅଶାନ୍ତ ରହିବ ବୋଲି ଆକଳନ କରାଯାଇଥିବାରୁ  ୮ ତାରିଖ ସକାଳୁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଆଉ ପ୍ରବେଶ କରାଇଦିଆଯିବନି । ସେମାନଙ୍କ ଉପରେ ନଜର ରଖିବାକୁ ନୌସେନା, କୋଷ୍ଟଗାର୍ଡଙ୍କୁ ନିର୍ଦ୍ଦେଶ  କୁହାଯାଇଛି  । ଚାଷ ସଂପର୍କିତ ପରାମର୍ଶ ପାଇଁ କୃଷି ବିଭାଗକୁ ଗାଇଡଲାଇନ ପାଇଁ କୁହାଯାଇଛି ।  ସେହିପରି ଟେଲିକମ୍ କଂପାନୀମାନଙ୍କ ସହ ମଧ୍ୟ ଆଲୋଚନା ହୋଇଥିବା ଏସଆରସି କହିଛନ୍ତି।

ସମ୍ଭାବ୍ୟ ବାତ୍ୟା ଯୋଗୁ  କିଛି ଟାୱାର ଭାଙ୍ଗିଲେ, ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଜଳ ସଂପଦ, ପୂର୍ତ୍ତ, ଜଙ୍ଗଲ ବିଭାଗ ସହ ବି ଆଲୋଚନା ହୋଇଛି । ତେବେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି କରିଛୁ, କିଛି ପରିସ୍ଥିତି ଉପୁଜିଲେ ମୁକାବିଲା ପାଇଁ ସକ୍ଷମ ହେବୁ ବୋଲି ଏସ୍ଆରସି  କହିଛନ୍ତି ।

Leave A Reply

Your email address will not be published.