ପ୍ରମୁଖ ଖବର

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍‌କୁ ଯିବ +୨ ପ୍ରଶ୍ନପତ୍ର

୧୨ ଘଣ୍ଟାରେ ଭୀଷଣ ବାତ୍ୟାର ରୂପ ନେବ ’ଅସାନି‘

0

ଭୁବନେଶ୍ବର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାତ୍ୟା ‘ଅସାନି’ର ରୂପ ନେଲା ଗଭୀର ଅବପାତ । ୧୨ ଘଣ୍ଟାରେ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଗତ ୬ ଘଣ୍ଟା ହେବ ଏହା ୧୩ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି, ବାତ୍ୟା ‘ଅସାନି’ ଏବେ ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୬ କିମି ବେଗରେ ଗତି କରୁଛି ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହା ପୁରୀଠାରୁ ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ଦିଗରେ ୧୦୨୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ସେହିପରି ପୋର୍ଟ ବ୍ଲେୟାରଠାରୁ ଏହା ୩୭୦ କିମି ଓ ବିଶାଖାପାଟଣାଠାରୁ ୯୭୦ କିମି ଦୂରରେ ରହିଛି। ବାତ୍ୟା ‘ଅସାନି’ ୧୦ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଦିଗରେ ତା’ର ଗତି ବଜାୟ ରଖିବ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବ ଏବଂ ଭୀଷଣ ବାତ୍ୟା ରେ ପରିଣତ ହେବାର ସମ୍ଭାବନା ରହିଛି।

ଶ୍ରୀ ଦାସଙ୍କ ସୂଚନା ଅନୁଯାୟୀ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୧୦ ତାରିଖ ସନ୍ଧ୍ୟାରୁ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ତେବେ ଗଞ୍ଜାମ, ଗଜପତି ଓ ପୁରୀର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୧ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବ। ଏହି ଦିନ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ଅତିପ୍ରବଳ ବର୍ଷା ଅର୍ଥାତ୍ ୧୧ରୁ ୨୦ ସେଣ୍ଟିମିଟରର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପରବର୍ତ୍ତୀ ସମୟରେ ଆକଳନ କରାଯିବ। ୧୨ ତାରିଖ ସକାଳ ପର୍ଯ୍ୟନ୍ତ ବର୍ଷା ହୋଇପାରେ।

ବାତ୍ୟା ‘ଅସାନି’ ଯୋଗୁ ସମୁଦ୍ରରେ ଏବେ ପବନରେ ବେଗ ଘଣ୍ଟା ପ୍ରତି ୭୦ରୁ ୮୦ କିମି ବା ସର୍ବାଧିକ ୯୦ କିମି ରହୁଛି। ତେଣୁ ସମୁଦ୍ର ଅଶାନ୍ତ ରହୁଛି। ୯ ତାରିଖରୁ କେନ୍ଦ୍ରୀୟ ବଙ୍ଗୋପସାଗରରୁ ଆରମ୍ଭ କରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ। ତା’ଛଡ଼ା ୧୦ ଓ ୧୧ ତାରିଖ ଯାଏଁ ଓଡ଼ିଶା ଉପକୂଳ ଓ ଉତ୍ତର ଆନ୍ଧ୍ର ଉପକୂଳରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀମାନଙ୍କୁ ୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ନଯିବାକୁ କୁହାଯାଇଛି। ସେହିପରି ୧୦ ତାରିଖରେ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ସମୁଦ୍ରକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ କୁହାଯାଇଛି। ଏହା ସହିତ ରାଜ୍ୟରେ ଥିବା ସମସ୍ତ ବନ୍ଦରକୁ ୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।

Leave A Reply

Your email address will not be published.