ସୋନପୁର:ସୁବର୍ଣ୍ଣପୁର ଜିଲ୍ଲା ତରଭା ଏନଏସିର ୧୦ ନମ୍ବର ୱାର୍ଡର କାଉନସିଲରଙ୍କ ସ୍ୱାମୀଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ସଞ୍ଜୀବ ଗୁରୁ। ଏନେଇ କାଉନସିଲର ନଳିନୀ ନାଏକ ତରଭା ଥାନାରେ ଅଭିଯୋଗ କରିଛନ୍ତି।ଆଜି ସଞ୍ଜୀବଙ୍କ ମୃତଦେହ ରକ୍ତଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିବା ପରିବାର ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି ।ସଞ୍ଜୀବଙ୍କୁ କିଏ ଓ କାହିଁକି ହତ୍ୟା କଲା, ତାହା ଜଣାପଡ଼ିନି। ଏହା ରାଜନୀତିକ ହତ୍ୟାକାଣ୍ଡ ନା ଆଉ କିଛି କାରଣ ରହିଛି, ତାହା ପୁଲିସ୍ର ତଦନ୍ତ ପରେ ଜଣାପଡ଼ିବ।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ