ସୋନପୁର:ସୁବର୍ଣ୍ଣପୁର ଜିଲ୍ଲା ତରଭା ଏନଏସିର ୧୦ ନମ୍ବର ୱାର୍ଡର କାଉନସିଲରଙ୍କ ସ୍ୱାମୀଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ସଞ୍ଜୀବ ଗୁରୁ। ଏନେଇ କାଉନସିଲର ନଳିନୀ ନାଏକ ତରଭା ଥାନାରେ ଅଭିଯୋଗ କରିଛନ୍ତି।ଆଜି ସଞ୍ଜୀବଙ୍କ ମୃତଦେହ ରକ୍ତଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିବା ପରିବାର ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି ।ସଞ୍ଜୀବଙ୍କୁ କିଏ ଓ କାହିଁକି ହତ୍ୟା କଲା, ତାହା ଜଣାପଡ଼ିନି। ଏହା ରାଜନୀତିକ ହତ୍ୟାକାଣ୍ଡ ନା ଆଉ କିଛି କାରଣ ରହିଛି, ତାହା ପୁଲିସ୍ର ତଦନ୍ତ ପରେ ଜଣାପଡ଼ିବ।
ପ୍ରମୁଖ ଖବର
ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍ ୩.୦’
ଟ୍ରକ୍ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ