ପ୍ରମୁଖ ଖବର

ଆଡ଼ପ ମଣ୍ଡପକୁ ବିଜେ କଲେ ଦାରୁବ୍ରହ୍ମ, ଆସନ୍ତାକାଲିଠାରୁ ମିଳିବ ଆଡ଼ପ ଅବଢ଼ା
ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ
ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ପରଲୋକ
ଭାରତର ପ୍ରଥମ ଘରୋଇ କକ୍ଷପଥ ରକେଟ ‘ବିକ୍ରମ-୧’ର ସଫଳ ଉତକ୍ଷେପଣ
ଅହମ୍ମଦାବାଦର ବାଣ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ୮ ମୃତ ଓ ୧୫ରୁ ଅଧିକ ଆହତ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା

ପଦ୍ମଶ୍ରୀ ରଜତ କରଙ୍କ ପରଲୋକ

0

ଭୁବନେଶ୍ବର: ବିଶିଷ୍ଟ ସାହିତ୍ୟିକ ତଥା ପଦ୍ମଶ୍ରୀ ରଜତ କରଙ୍କ ଆଜି ପରଲୋକ ଘଟିଛି । ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ୮୮ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ହୃଦଘାତରେ ତାଙ୍କର ପରଲୋକ ଘଟିଥିବା ନେଇ ପୁଅ ରଞ୍ଜିତ କର ସୂଚନା ଦେଇଛନ୍ତି।ସେ ହୃଦଘାତରେ ପୀଡିତ ଥିଲେ ଏବଂ ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଥିବା ଜଣାପଡ଼ିଛି। ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖଯୋଗ୍ୟ ଅବଦାନ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତବର୍ଷ ତାଙ୍କୁୂ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଥିଲା। ଓଡିଆ ସାହିତ୍ୟ ଏବଂ ସଂସ୍କୃତି କ୍ଷେତ୍ରରେ ତାଙ୍କର ଅତୂଳନୀୟ ଯୋଗଦାନ ରହିଛି। ତାଙ୍କର ଜଗନ୍ନାଥ ସଂସ୍କୃତି ଉପରେ ବିଚକ୍ଷଣ ପାଣ୍ଡିତ୍ୟ ଥିଲା । ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖଯୋଗ୍ୟ ଅବଦାନ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତବର୍ଷ ତାଙ୍କୁୂ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଥିଲା।

୧୯୩୪ ମସିହା ଅକ୍ଟୋବର ୨ ତାରିଖରେ କଟକ ଜିଲ୍ଲା ମାହାଙ୍ଗାରେ ଜନ୍ମଗ୍ରହଣ କରିଥିବା ରଜତ କୁମାର କର ଜଣେ ଶିକ୍ଷାବିତ୍‌ ଓ ଜଗନ୍ନାଥ ସଂସ୍କୃତିର ପ୍ରବକ୍ତା ଭାବେ ବେଶ୍ ପରିଚିତ। ଦୀର୍ଘ ୬୨ ବର୍ଷ ଧରି ସେ ରଥଯାତ୍ରାରେ ରେଡିଓ ଓ ଟେଲିଭିଜନରେ ଉଦ୍‌ଘୋଷକ ଭାବେ ରେକର୍ଡ କରିଥିଲେ। ଅର୍ଥନୀତିରେ ସ୍ନାତକୋତ୍ତର ଡିଗ୍ରି ହାସଲ କରିଥିବା ଶ୍ରୀ କର ଓଡ଼ିଶା ସରକାରଙ୍କ ଶିକ୍ଷା ବିଭାଗରେ ଦୀର୍ଘ ଦିନ ଧରି କାର୍ଯ୍ୟ କରି ଏସ୍‌ସିଇଆର୍‌ଟିର ନିର୍ଦ୍ଦେଶକ ଭାବେ ଚାକିରିରୁ ଅବସର ଗ୍ରହଣ କରିଥିଲେ। ଭଞ୍ଜ ସାହିତ୍ୟକୁ ଲୋକପ୍ରିୟ କରିବା ପାଇଁ ସେ ନିରନ୍ତର ଭାବେ କାର୍ଯ୍ୟରତ ଥିଲେ। ସେ ବହୁ ନାଟକ, କବିତା ଓ ପ୍ରବନ୍ଧ ପୁସ୍ତକ ରଚନା କରିଯାଇଛନ୍ତି।ଏଥିସହ ସେ ଆକାଶବାଣୀ ଓ ବିଭିନ୍ନ ଟେଲିଭିଜନ ଚାନେଲରେ ରଥଯାତ୍ରାର ଧାରା ବିବରଣୀ ଦେଇ ଓଡ଼ିଶାର ଘରେଘରେ ପରିଚିତ ଥିଲେ।

ସୂଚନାଯୋଗ୍ୟ, ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନର ଦରବାର ହଲରେ ଗତବର୍ଷ ନଭେମ୍ବର ମାସରେ ଆୟୋଜିତ ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମ ପୁରସ୍କାର ବିତରଣ ସମାରୋହରେ ୬ ଜଣ ଓଡ଼ିଆ ସମ୍ମାନିତ ହୋଇଥିଲେ। ଏହି ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସାହିତ୍ୟ ଓ ଶିକ୍ଷା କ୍ଷେତ୍ର ପାଇଁ ଡ. ରଜତ କୁମାର କରଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ। ତାଙ୍କର ବିୟୋଗରେ ଓଡ଼ିଶାର ସାରସ୍ବତ ଜଗତରେ ଏକ ଅପୂରଣୀ୍ୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି।

Leave A Reply

Your email address will not be published.