ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଅଳକା ପାଇଲେ ବିଜେଡି ଟିକେଟ

0

ଭୁବନେଶ୍ବର: ବିଜୁ ଜନତା ଦଳ ସଭାପତି ଶ୍ରୀଯୁକ୍ତ ନବୀନ ଟ୍ଟନାୟକ ବ୍ରଜରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ଉପ-ନିର୍ବାଚନ ପାଇଁ ପୂର୍ବତନ ବିଧାୟକ ସ୍ୱର୍ଗତଃ କିଶୋର କୁମାର ମହାନ୍ତିଙ୍କ ପତ୍ନୀ ଶ୍ରୀମତୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ମନୋନୟନ କରିଛନ୍ତି ।

ସୂଚନାଥାଉକି, ଗତ ଡିସେମ୍ବର ୩୦ରେ ବିଧାୟକ କିଶୋର ମହାନ୍ତିଙ୍କ ବିୟୋଗ ପରେ ଏହି ଆସନ ଖାଲି ପଡ଼ିଥିଲା। ଚଳିତ ମେ’୩୧ରେ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିଛନ୍ତି। ତାରିଖ ଘୋଷଣା ପରଠାରୁ ରାଜନୈତିକ ଉଷ୍ମତା ଜୋର୍ ଧରିଥିବାବେଳେ ପ୍ରାର୍ଥିତ୍ବକୁ ନେଇ କୌଣସି ଦଳ ସ୍ପଷ୍ଟ ସଙ୍କେତ ଦେଇନଥିଲେ। ତେବେ, ବିଜେଡିରୁ ଦିବଂଗତ ବିଧାୟକଙ୍କ ପତ୍ନୀ ଅଳକା ମହାନ୍ତି ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଝିଅ ଦୀପାଳିଙ୍କ ନାମ ଚର୍ଚ୍ଚାରେ ରହିଥିଲା।

ଏଣେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରାର୍ଥୀ ହୋଇଥିବା ନେଇ ଦଳ ପକ୍ଷରୁ ଘୋଷଣା ହୋଇଛି। ସେ ୨୦୧୪ରେ ବ୍ରଜରାଜନଗରରୁ ବିଜେପି ଟିକେଟରେ ନିର୍ବାଚନ ଜିତିଥିଲେ। ତେବେ କଂଗ୍ରେସ ଏପର୍ଯ୍ୟନ୍ତ ତାର ପ୍ରାର୍ଥୀ ଘୋଷଣା କରିନି। କଂଗ୍ରେସରେ କିଶୋର ପଟେଲଙ୍କ ନାମକୁ ନେଇ ଚାଲିଛି ଚର୍ଚ୍ଚା।

Leave A Reply

Your email address will not be published.