ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଅଳକା ପାଇଲେ ବିଜେଡି ଟିକେଟ

0

ଭୁବନେଶ୍ବର: ବିଜୁ ଜନତା ଦଳ ସଭାପତି ଶ୍ରୀଯୁକ୍ତ ନବୀନ ଟ୍ଟନାୟକ ବ୍ରଜରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ଉପ-ନିର୍ବାଚନ ପାଇଁ ପୂର୍ବତନ ବିଧାୟକ ସ୍ୱର୍ଗତଃ କିଶୋର କୁମାର ମହାନ୍ତିଙ୍କ ପତ୍ନୀ ଶ୍ରୀମତୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ମନୋନୟନ କରିଛନ୍ତି ।

ସୂଚନାଥାଉକି, ଗତ ଡିସେମ୍ବର ୩୦ରେ ବିଧାୟକ କିଶୋର ମହାନ୍ତିଙ୍କ ବିୟୋଗ ପରେ ଏହି ଆସନ ଖାଲି ପଡ଼ିଥିଲା। ଚଳିତ ମେ’୩୧ରେ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିଛନ୍ତି। ତାରିଖ ଘୋଷଣା ପରଠାରୁ ରାଜନୈତିକ ଉଷ୍ମତା ଜୋର୍ ଧରିଥିବାବେଳେ ପ୍ରାର୍ଥିତ୍ବକୁ ନେଇ କୌଣସି ଦଳ ସ୍ପଷ୍ଟ ସଙ୍କେତ ଦେଇନଥିଲେ। ତେବେ, ବିଜେଡିରୁ ଦିବଂଗତ ବିଧାୟକଙ୍କ ପତ୍ନୀ ଅଳକା ମହାନ୍ତି ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଝିଅ ଦୀପାଳିଙ୍କ ନାମ ଚର୍ଚ୍ଚାରେ ରହିଥିଲା।

ଏଣେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରାର୍ଥୀ ହୋଇଥିବା ନେଇ ଦଳ ପକ୍ଷରୁ ଘୋଷଣା ହୋଇଛି। ସେ ୨୦୧୪ରେ ବ୍ରଜରାଜନଗରରୁ ବିଜେପି ଟିକେଟରେ ନିର୍ବାଚନ ଜିତିଥିଲେ। ତେବେ କଂଗ୍ରେସ ଏପର୍ଯ୍ୟନ୍ତ ତାର ପ୍ରାର୍ଥୀ ଘୋଷଣା କରିନି। କଂଗ୍ରେସରେ କିଶୋର ପଟେଲଙ୍କ ନାମକୁ ନେଇ ଚାଲିଛି ଚର୍ଚ୍ଚା।

Leave A Reply

Your email address will not be published.