ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷ ଓ ଅଗ୍ରଗତିର ସ୍ମୃତିଚାରଣ
ଏସସିବି ମେଡିକାଲ ଆଇସିୟୁ ଅଗ୍ନିକାଣ୍ଡ ଘଟଣା
ଆଉ ଦୁଇ ମାସ ବଢିଲା ଲକ୍ଷ୍ମୀଧର ବିଶ୍ୱାଳ କମିସନ କାର୍ଯ୍ୟକାଳ
ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ କ୍ୟାରିୟର ଗାଇଡାନ୍ସ
ବୋର୍ଡ ପରୀକ୍ଷା ପରେ କେଉଁ କ୍ଷେତ୍ରରେ କ୍ୟାରିୟର ଗଢିବେ ଛାତ୍ରଛାତ୍ରୀ, ସେ ଦିଗରେ ଦିଆଯିବ ପ୍ରଶିକ୍ଷଣ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା
ପଞ୍ଚାୟତିରାଜ ବିଭାଗ ନାଁରେ ନକଲି ପଦୋନ୍ନତି ଆଦେଶ ଭାଇରାଲ, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର
ଜିପିଡିଓ ଓ ପିଏଙ୍କ ପଦୋନ୍ନତି ନାଁରେ ଘୁରି ବୁଲୁଛି ନକଲି ଆଦେଶ
ଗୃହବିଭାଗକୁ ଏଫ୍‌ଆଇଆର୍‌ ଓ ସାଇବର ତଦନ୍ତ ପାଇଁ ଚିଠି ଲେଖିଲା ପଞ୍ଚାୟତିରାଜ ବିଭାଗ
ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ଓଡିଶା ଉପକୂଳରେ ପହଁଞ୍ଚିଲା ବେଳକୁ ଦୁର୍ବଳ ହେବ ‘ଅସାନି‘

0

ଭୁବନେଶ୍ବର: ବାତ୍ୟା ୧୦ ତାରିଖ ସନ୍ଧ୍ୟା ସମୟରେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ଉପକୂଳ ଦେଇ ଅତିକ୍ରମ କରିବ। ହେଲେ ସ୍ଥଳ ଭାଗକୁ ଆସିବ ନାହିଁ। ସମୁଦ୍ର ମଧ୍ୟରେ ସମାନ୍ତରଳ ଭାବେ ଏହା ଉତ୍ତର ବଙ୍ଗୋପସାଗର ମୁହାଁ ହେବ। ପୁରୀ ଠାରୁ ଏହା ପ୍ରାୟ ୯୦ରୁ ୧୦୦ କିମି ଦୂରରେ ଅତିକ୍ରମ କରିବ।

ବାତ୍ୟା ଅତିକ୍ରମ କରିବା ବେଳେ ପବନର ସର୍ବାଧିକ ଘଣ୍ଟାପ୍ରତି ବେଗ ୫୦ କିମି ଯାଏ ରହିବ। ୧୦ ତାରିଖରେ ବାତ୍ୟା ଯୋଗୁ ଗଜପତି, ଗଞ୍ଜାମ ଓ ପୁରୀରେ ମଧ୍ୟମରୁ ପ୍ରବଳ ବର୍ଷା ହେବ। ସେହିପରି ୧୧ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ୧୨ରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରର ଗୋଟିଏ ଦୁଟି ସ୍ଥାନରେ ୭ରୁ ୧୧ ସେମି ଯାଏ ବର୍ଷା ହୋଇପାରେ ବୋଲି ସେ ସୂଚନା ଦେଇଛନ୍ତି।

ଏହାକୁ ନଜରରେ ରଖି ୪ଜିଲ୍ଳାକୁ ସତର୍କ ସୂଚନା ଜାରି କରିଛନ୍ତି ରାଜ୍ୟ ସରକାର । ବିଶେଷକରି ପ୍ରଭାବିତ ହେବାକୁ ଥିବା ୪ଟି ଜିଲ୍ଳାର ୧୫ବ୍ଲକକୁ ସତର୍କ ସୂଚନା ଜାରି କରାଯାଇଛି । ଗଞ୍ଜାମ ଜିଲ୍ଳାର, ରଙ୍ଗେଇଲୁଣ୍ଡା,ଚିକିଟି, ଛତ୍ରପୁର । ପୁରୀ ଜିଲ୍ଳାର କୃଷ୍ଣପ୍ରସାଦ, ବ୍ରହ୍ମଗିରି, ପୁରୀ ସଦର, ଗୋପ, କାକଟପୁର, ଅସ୍ତରଙ୍ଗ । ଜଗତସିଂହପୁର ଜିଲ୍ଲାର ବାଲିକୁଦା, ଏରସମା, କୁଜଙ୍ଗ ଓ କେନ୍ଦ୍ରାପଡାର ମହାକାଳପଡା ଓ ରାଜନଗର ବ୍ଲକର ତଳିଆ ଅଞ୍ଚଳର ମାଟି ଘର ଓ କୁଡିଆ ଘରେ ରହୁଥିବା ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିବାକୁ ଏସଆରସି ଜିଲ୍ଳାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

୧୨ ତାରିଖରେ ଓଡ଼ିଶା ଉପକୂଳର ସବୁଠୁ ନିକଟବର୍ତ୍ତୀ ହେବ ବାତ୍ୟା ଆସାନୀ । ପୁରୀ ଠାରୁ ୮୦ରୁ ୯୦ କିଲୋମିଟିର ଦୂରତାରୁ ସମୂଦ୍ର ଭିତରେ ଉତ୍ତର-ପୂର୍ବ ଦିଗରେ ଗତି କରିବ । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୮୦ କିଲୋମିଟର ରହିବ । ବର୍ତ୍ତମାନ ପୁରୀଠାରୁ ପ୍ରାୟ ୬୮୦ କିଲୋମିଟର ଦୂର ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସିଭିୟର ସାଇକ୍ଲୋନିକ ଷ୍ଟର୍ମ ବା ଭୀଷଣ ବାତ୍ୟା ଅସାନି ରହିଛି । ସମୁଦ୍ର ଭିତରେ କେନ୍ଦ୍ରୀଭୂତ ହୋଇ ଅସାନି ବଳ ଗୋଟାଇ ଧିରେ ଧିରେ ଉପକୂଳ ମୁହାଁ ହେଉଛି ।

ଏହା ଗତ ୬ଘଣ୍ଟା ହେଲା, ଘଣ୍ଟାପ୍ରତି ୨୫ କିଲୋମିଟର ବେଗରେ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି । ପୁରୀର ଦକ୍ଷିଣ- ଦକ୍ଷିଣ-ପୂର୍ବ ଦିଗରେ ୬୮୦ କିଲୋମିଟର ଦୂରରେ ଅସାନି ରହିଛି । ୧୦ତାରିଖ ସନ୍ଧ୍ୟା ଯାଏ ଏହା ଉପକୂଳ ଆଡକୁ ମୁହାଁଇବ, ଏହା ପରେ ମୋଡ ବଦଳାଇ ଉତ୍ତର ପୂର୍ବ ଦିଗରେ ଗତି କରିବ । ବାତ୍ୟା ଉପକୂଳ ଛୁଇଁବ ନାହିଁ ବୋଲି କୁହାଯାଉଛି । ବାତ୍ୟା ଯୋଗୁ ଆସନ୍ତା ୧୨ ତାରିଖ ଯାଏ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅସାନ୍ତ ରହିବ । ତେଣୁ ମତ୍ସଜୀବୀମାନଙ୍କୁ ୯ରୁ ୧୧ ତାରିଖ ଯାଏ ସମୂଦ୍ର ଭିତରକୁ ନ ଯିବାକୁ ବାରଣ କରାଯାଇଛି । ଧାମରା, ପାରାଦୀପ ସମେତ ଓଡ଼ିଶାର ସମସ୍ତ ସାମୂଦ୍ରିକ ବନ୍ଦରଙ୍କୁ ୨ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି ।

Leave A Reply

Your email address will not be published.