ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଜମିଜମାକୁ ନେଇ ସାବତ ଭାଇକୁ ମାରିଲେ ମାଆ-ପୁଅ

0

ବାଲିପାଟଣା : ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ଥାନା ଅନ୍ତର୍ଗତ ସରାଟ ଗ୍ରାମରେ ଅଘଟଣା। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇକୁ ହାଣି ଦେଲେ ସାବତ ଭାଇ ଏବଂ ସାବତ ମା’। ଗୁରୁତର ଅବସ୍ଥାରେ ଭାଇକୁ ଉଦ୍ଧାର କରାଯାଇ କ୍ୟାପିଟାଲ୍ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ଆକ୍ରମଣକାରୀ ସାବତ ଭାଇ ଦେବେନ୍ଦ୍ର ବେହେରା ଏବଂ ସାବତ ମାଆଙ୍କୁ ବାଲିପାଟଣା ପୁଲିସସ ଗିରଫ କରିଛି ।

ସୂଚନାଅନୁସାରେ, ଆଜି ସକାଳୁ ଖାଇବା ପରେ ହାତ ଧୋଉଥିଲେ ସଂଜୟ । ଏହି ସମୟରେ ସଂଜୟଙ୍କର ସାବତ ଭାଇ ଦେବେନ୍ଦ୍ର ତାଙ୍କ ମୁଣ୍ଡକୁ କଟୁରୀରେ ହାଣି ଦେଇଥିଲା । ଏହା ସହ ସଂଜୟଙ୍କର ସାବତ ମାଆ ମଧ୍ୟ କୌଣସି ଏକ ଅସ୍ତ୍ରରେ ସଂଜୟଙ୍କୁ ଆକ୍ରମଣ କରିଥିଲେ । ଆକ୍ରମଣରେ ସଂଜୟ ଲହୁଲୁହାଣ ହୋଇଥିଲେ । ସଂଗେ ସଂଗେ ସ୍ଥାନୀୟଲୋକ ସଂଜୟଙ୍କୁ ଉଦ୍ଧାର କରି ପ୍ରଥମେ ବାଲିପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ସ୍ବାସ୍ଥବସ୍ଥା ଗୁରୁତର ହେବାରୁ ସଂଜୟଙ୍କୁ କ୍ୟାପିଟାଲ୍ ହସ୍ପିଟାଲ୍ ରେଫର କରାଯାଇଛି।ଏହି ଘଟଣାରେ ସାବତ ଭାଇ ଦେବେନ୍ଦ୍ର ବେହେରା ଏବଂ ସାବତ ମାଆଙ୍କୁ ବାଲିପାଟଣା ପୁଲିସ ଗିରଫ କରିଛି ।

Leave A Reply

Your email address will not be published.