ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଜୁନ୍ ୧୦ରେ ହେବ ରାଜ୍ୟସଭା ନିର୍ବାଚନ

0

ଭୁବନେଶ୍ବର: ଜୁନ୍ ୧୦ରେ ହେବ ରାଜ୍ୟସଭା ନିର୍ବାଚନ । ଖାଲି ହେବାକୁ ଥିବା ୫୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଏନେଇ ପ୍ରକାଶ ପାଇଛି ବିଜ୍ଞପ୍ତି । ଏହି ୫୭ ରାଜ୍ୟସଭା ଆସନ ମଧ୍ୟରୁ ଓଡ଼ିଶାର ୩ଟି ଆସନ ରହିଛି । ଯେଉଁ ୩ ଆସନ ପାଇଁ ହେବ ନିର୍ବାଚନ । ଏନେଇ ଆସନ୍ତା ୨୪ ତାରିଖରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ ।  ସେହିଭଳି ୩୧ ମେ’ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ୧ ଜୁନରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ସେହିଭଳି ୩ ଜୁନ୍ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ଥିବା ବେଳେ ୧୦ ଜୁନରେ ହେବ ନିର୍ବାଚନ । ସକାଳ ୯ଟାରୁ ୪ଟା ମଧ୍ୟରେ ରାଜ୍ୟସଭା ନିର୍ବାଚନ ପାଇଁ ହେବ ଭୋଟ । ସେହିଦିନ ଅଥାର୍ତ ୧୦ ଜୁନ୍ ୫ଟା ବେଳକୁ ଫଳାଫଳ ପ୍ରକାଶ ପାଇବ ।

ସୂଚନା ଯୋଗ୍ୟ ଓଡିଶାର ୩ ଜଣ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଜୁନ ୧ରେ ସରୁଛି। ସାଂସଦ ଡକ୍ଟର ସସ୍ମିତ ପାତ୍ର, ଏନ ଭାସ୍କର ରାଓ, ପ୍ରସନ୍ନ ଆଚାର୍ଯ୍ୟଙ୍କ କାର୍ଯ୍ୟକାଳ ଶେଷ ହେଉଛି । । ଖାଲି ହେବାକୁ ଥିବା ଏହି ଆସନ ପାଇଁ ଆସନ୍ତା ଜୁନ୍ ୧୦ରେ ହେବ ରାଜ୍ୟସଭା ନିର୍ବାଚନ । କାର୍ଯ୍ୟକାଳ ଶେଷ ହେଉଥିବା ୩ ସାଂସଦ ବିଜେଡି ଟିକେଟରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ତେଣୁ ଦଳ ଏମାନଙ୍କ ସ୍ଥାନରେ କାହାକୁ ଦିଲ୍ଲୀ ପଠାଇବ ତାହା ଉପରେ ସମସ୍ତଙ୍କର ନଜର ରହିଛି ।

 

Leave A Reply

Your email address will not be published.