ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଜୁନ୍ ୧୦ରେ ହେବ ରାଜ୍ୟସଭା ନିର୍ବାଚନ

0

ଭୁବନେଶ୍ବର: ଜୁନ୍ ୧୦ରେ ହେବ ରାଜ୍ୟସଭା ନିର୍ବାଚନ । ଖାଲି ହେବାକୁ ଥିବା ୫୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଏନେଇ ପ୍ରକାଶ ପାଇଛି ବିଜ୍ଞପ୍ତି । ଏହି ୫୭ ରାଜ୍ୟସଭା ଆସନ ମଧ୍ୟରୁ ଓଡ଼ିଶାର ୩ଟି ଆସନ ରହିଛି । ଯେଉଁ ୩ ଆସନ ପାଇଁ ହେବ ନିର୍ବାଚନ । ଏନେଇ ଆସନ୍ତା ୨୪ ତାରିଖରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ ।  ସେହିଭଳି ୩୧ ମେ’ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ୧ ଜୁନରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ସେହିଭଳି ୩ ଜୁନ୍ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ଥିବା ବେଳେ ୧୦ ଜୁନରେ ହେବ ନିର୍ବାଚନ । ସକାଳ ୯ଟାରୁ ୪ଟା ମଧ୍ୟରେ ରାଜ୍ୟସଭା ନିର୍ବାଚନ ପାଇଁ ହେବ ଭୋଟ । ସେହିଦିନ ଅଥାର୍ତ ୧୦ ଜୁନ୍ ୫ଟା ବେଳକୁ ଫଳାଫଳ ପ୍ରକାଶ ପାଇବ ।

ସୂଚନା ଯୋଗ୍ୟ ଓଡିଶାର ୩ ଜଣ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଜୁନ ୧ରେ ସରୁଛି। ସାଂସଦ ଡକ୍ଟର ସସ୍ମିତ ପାତ୍ର, ଏନ ଭାସ୍କର ରାଓ, ପ୍ରସନ୍ନ ଆଚାର୍ଯ୍ୟଙ୍କ କାର୍ଯ୍ୟକାଳ ଶେଷ ହେଉଛି । । ଖାଲି ହେବାକୁ ଥିବା ଏହି ଆସନ ପାଇଁ ଆସନ୍ତା ଜୁନ୍ ୧୦ରେ ହେବ ରାଜ୍ୟସଭା ନିର୍ବାଚନ । କାର୍ଯ୍ୟକାଳ ଶେଷ ହେଉଥିବା ୩ ସାଂସଦ ବିଜେଡି ଟିକେଟରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ତେଣୁ ଦଳ ଏମାନଙ୍କ ସ୍ଥାନରେ କାହାକୁ ଦିଲ୍ଲୀ ପଠାଇବ ତାହା ଉପରେ ସମସ୍ତଙ୍କର ନଜର ରହିଛି ।

 

Leave A Reply

Your email address will not be published.