ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଦିଲ୍ଲୀର ଏକ ୩ମହଲା କୋଠାରେ ଅଗ୍ନିକାଣ୍ଡ

0

ଦିଲ୍ଲୀ: ଦିଲ୍ଲୀର ମୁଣ୍ଡକା ଅଞ୍ଚଳରେ ଏକ ୩ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି । ୩ ମହଲା ବିଶିଷ୍ଟି ଏହି ବିଲଡିଂରେ  ଅଫିସ୍‌ ଏବଂ କମ୍ପାନୀ ପାଇଁ ବ୍ୟବହାର ହୋଇଥାଏ ବୋଲି  ଦିଲ୍ଲୀର ଡେପୁଟି  କମିଶନର ସୂଚନା ଦେଇଛନ୍ତି। ନିଆଁ ଲାଗିବାର କାରଣ ଜଣାପଡ଼ି ନାହିଁ। ଉଦ୍ଧାର ପାଇଁ ଉଭୟ ପୁଲିସ ଏବଂ ଅଗ୍ନିଶମ ବାହିନୀ ନିୟୋଜିତ ଅଛନ୍ତି। ନିଆଁ ଲିଭାଇବା କାର୍ଯ୍ୟ ଜାରି ରହିଛି। ଏଥିପାଇଁ ୨୪ଟି ଦମକଳ ବାହିନୀଙ୍କୁ ମୁତୟନ କରାଯାଇଛି। ୫୦ରୁ ୬୦ ଜଣ ଲୋକଙ୍କୁ ସୁରକ୍ଷିତ ବାହାର କରାଯାଇଥିବା ଜଣାଯାଇଛି।ଏଥିରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏବେ ୩ ମହଲାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏବେ ବି ଅନେକ ଲୋକ ଫଶି ରହିଥିବା ଆଶଙ୍କା କରାଯାଉଛି । ୯ ଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇ ସଞ୍ଜୟ ଗାନ୍ଧୀ ମେମୋରିଆଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଆଜି ସନ୍ଧ୍ୟା ୪ଟା ୪୫ରେ ଏକ ଅଫିସରେ ନିଆଁ ଲାଗିବା ଖବର ପୋଲିସ ପାଖରେ ପହଞ୍ଚିଥିଲା । ଖବର ପାଇ ପୋଲିସ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚିଥିଲା । କୋଠାର ଝରକା ଭାଙ୍ଗି ଉଦ୍ଧାର କାମ ଆରମ୍ଭ ହୋଇଥିଲା । ଘଟଣାସ୍ଥଳରେ ୯ ଦମକଳବାହିନୀ ଉପସ୍ଥିତ ଅଛନ୍ତି । ଆହତମାନଙ୍କୁ ତୁରନ୍ତ ହସ୍ପିଟାଲରେ ପହଞ୍ଚାଇବାକୁ ଆମ୍ବୁଲାନ୍ସ ବି ରହିଛି । ୪୦ ଗୁରୁତରଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ବ୍ୟକ୍ତ କରିଛନ୍ତି।

Leave A Reply

Your email address will not be published.