ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ନିଆଁ ଲାଗି ମା’ ସହ ଦୁଇ ଶିଶୁ ଜୀବନ୍ତ ଦଗ୍ଧ

0

ବାରିପଦା: ରାତିରେ ମା’ ପାଖରେ ଶୋଇଥିଲେ ୨ ନିରୀହ ଶିଶୁ। ହଠାତ୍‌ ରାତିରେ ଘରେ ନିଆଁ ଲାଗିଥିବା ବେଳେ ମା’ ସହ ଜୀବନ୍ତ ଦଗ୍ଧ ହୋଇଗଲେ ୨ କଅଁଳା ଶିଶୁ। ଏପରି ହୃଦୟ ବିଦାରକ ଘଟଣା ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଉଞ୍ଚଗାଁ ଗ୍ରାମର ଢ଼ିପାସାହିଠାରେ ଗତରାତିରେ ଘଟିଛି। ମୃତକ ୩ ଜଣ ହେଲେ ସୁରୁକୁନି ମାର୍ଣ୍ଡି (୨୪) , ୬ବର୍ଷର ଝିଅ ସରିତା ମାର୍ଣ୍ଡି ଓ ୩ମାସର ପୁଅ ଜଗଦୀଶ ମାର୍ଣ୍ଡି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ପୁଲିସ୍‌ ସୁରୁକୁନିଙ୍କ ସ୍ୱାମୀ ମଙ୍ଗଲ ମାର୍ଣ୍ଡିଙ୍କୁ ଅଟକ ରଖିଛି।

ଗତ ରାତିରେ ପରିବାରର ସମସ୍ତେ ଶୋଇଥିବା ବେଳେ ହଠାତ୍‌  ଅଗ୍ନିକାଣ୍ଡ ଲାଗିଥିବା ମଙ୍ଗଲ ପୁଲିସ୍‌ ସମ୍ମୁଖରେ ପ୍ରକାଶ କରିଛନ୍ତି। ଖବର ପାଇବା ମାତ୍ରେ ସାରସକଣା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏହି ଅଗ୍ନିକାଣ୍ଡରେ ସୁରୁକୁନିଙ୍କ ସମେତ ତାଙ୍କ ପୁଅଝିଅ ଜୀବନ୍ତ ଦଗ୍ଧ ହୋଇ ଯାଇଥିଲେ। ତେବେ ରାତି ଅଧରେ ସମସ୍ତେ ଶୋଇଥିବା ବେଳେ ନିଆଁ  କିପରି ଲାଗିଲା,ଏହା ଏକ ଦୁର୍ଘଟଣା ନା ଏହା ପଛରେ କାହାର ହାତ ଅଛି ତାହାର ତଦନ୍ତ ଚଳାଇଛି ପୁଲିସ୍‌ । 

ବାରିପଦାରୁ ସାଇଣ୍ଟିଫିକ ଟିମ୍‌ ଆସିବା ପରେ ଶବ ବ୍ୟବଚ୍ଛେଦ ପାଇଁ ପିଆରଏମ ମେଡିକାଲ କଲେଜକୁ ପଠାଯିବ ବୋଲି ଡିଏସପି  ମୁକ୍ତି କୁମାର କୁଲୁ ପ୍ରକାଶ କଟିଛନ୍ତି।

Leave A Reply

Your email address will not be published.