ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଏବର୍ଷ ଶୀଘ୍ର ଆସିପାରେ ମୌସୁମୀ

0

ଭୁବନେଶ୍ବର: ସାଧାରଣତଃ ଜୁନ ୧ ତାରିଖରେ କେରଳ ଛୁଇଁଥାଏ ମୌସୁମୀ । କିନ୍ତୁ ଏଥର ୪ ଦିନ ପୂର୍ବରୁ ଅର୍ଥାତ୍ ମେ’ ୨୭ ତାରିଖରେ ମୌମୁମୀ ଆସିପାରେ ବୋଲି ଆକଳନ କରିଛି ଆଇଏମଡି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଥମେ କେରଳରେ ପ୍ରବେଶ କରିଥାଏ । କେରଳ ଛୁଇଁଲେ ମୌସୁମୀ ବାୟୁର ଆଗମନ ନେଇ ସୂଚନା ମିଳିଥାଏ । ଏହାର ସପ୍ତାହକ ପରେ ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିଥାଏ ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ୱିଟ କରିଛି ଯେ ଚଳିତ ବର୍ଷ ମେ’ ୨୭ରେ ରେ ଦକ୍ଷିଣ ପଶ୍ଚିମ ମୌସୁମୀ କେରଳ ଛୁଇଁବାର ସମ୍ଭାବନା ରହିଛି। ଏହି ଆକଳନରେ ମଡେଲ ଜନିତ ତ୍ରୁଟି ୪ ଦିନ ଆଗ/ପଛ ହେବାର ସମ୍ଭାବନା ରହିଥିବାର କେନ୍ଦ୍ର ପକ୍ଷରୁ କୁହାଯାଇଛି। ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମେ’ ୧୫ ତାରିଖରେ ଆଣ୍ଡାମାନ ନିକୋବର ଛୁଇଁବାର ଯଥେଷ୍ଟ ସମ୍ଭାବନା ରହିଛି। ଏଥିପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବରୁ ପୂର୍ବାନୁମାନ କରାଯାଇଛି।

ତେବେ ଉତ୍ତରପୂର୍ବ ଭାରତର ଅନେକ ସ୍ଥାନ, ଉତ୍ତର ପଶ୍ଚିମର କିଛି ଅଂଶ ଓ ଦକ୍ଷିଣପୂର୍ବ ଭାଗରେ ସ୍ୱାଭାବିକ ଠାକୁ କମ ବର୍ଷା ହେବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଲଙ୍ଗ ପିରିୟଡ ଆଭରେଜରେ ୯୯% ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହାର ୫% କମ କିମ୍ବା ୫% ବେଶୀ ହେଲେ ମଧ୍ୟ ଏହାକୁ ସ୍ୱାଭାବିକ ବର୍ଷା ଭାବେ ବିବେଚନା କରାଯିବ।

ଚଳିତ ବର୍ଷ ଜୁନ ୫ ତାରିଖ ବେଳକୁ ଓଡ଼ିଶାକୁ ମୌସୁମୀ ଆସିବା ସମ୍ଭାବନା ରହିଛି । ୨୦୦୫ ମସିହାରୁ ମୌସୁମୀ ବାୟୁର ଆଗମନ ନେଇ ପୂର୍ବାନୁମାନ କରିଆସୁଛି ଭାରତୀୟ ପାଣିପାଗ ବିଭାଗ । ପୂର୍ବାନୁମାନର ୪ ଦିନ ଏପଟ-ସେପଟରେ ଭାରତକୁ ଆଗମନ କରିଥାଏ ମୌସୁମୀ । ୨୦୨୧ରେ ଜୁନ ୩ ତାରିଖରେ ମୌସୁମୀ ଆସିଥିଲା । ୨୦୨୦ରେ ଜୁନ ୧ ତାରିଖରେ ଏବଂ ୨୦୧୯ରେ ଜୁନ ୮ ତାରିଖରେ ମୌସୁମୀ ଆସିଥିଲା । ଏଥର ସ୍ୱାଭାବିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । କ୍ରମାଗତ ୪ ବର୍ଷ ଧରି ସ୍ୱାଭାବିକ କିମ୍ବା ତା’ଠାରୁ ଅଧିକ ବର୍ଷା ହେବ ବୋଲି ଆକଳନ କରାଯାଇଛି ।

Leave A Reply

Your email address will not be published.