ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଏବର୍ଷ ଶୀଘ୍ର ଆସିପାରେ ମୌସୁମୀ

0

ଭୁବନେଶ୍ବର: ସାଧାରଣତଃ ଜୁନ ୧ ତାରିଖରେ କେରଳ ଛୁଇଁଥାଏ ମୌସୁମୀ । କିନ୍ତୁ ଏଥର ୪ ଦିନ ପୂର୍ବରୁ ଅର୍ଥାତ୍ ମେ’ ୨୭ ତାରିଖରେ ମୌମୁମୀ ଆସିପାରେ ବୋଲି ଆକଳନ କରିଛି ଆଇଏମଡି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଥମେ କେରଳରେ ପ୍ରବେଶ କରିଥାଏ । କେରଳ ଛୁଇଁଲେ ମୌସୁମୀ ବାୟୁର ଆଗମନ ନେଇ ସୂଚନା ମିଳିଥାଏ । ଏହାର ସପ୍ତାହକ ପରେ ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିଥାଏ ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ୱିଟ କରିଛି ଯେ ଚଳିତ ବର୍ଷ ମେ’ ୨୭ରେ ରେ ଦକ୍ଷିଣ ପଶ୍ଚିମ ମୌସୁମୀ କେରଳ ଛୁଇଁବାର ସମ୍ଭାବନା ରହିଛି। ଏହି ଆକଳନରେ ମଡେଲ ଜନିତ ତ୍ରୁଟି ୪ ଦିନ ଆଗ/ପଛ ହେବାର ସମ୍ଭାବନା ରହିଥିବାର କେନ୍ଦ୍ର ପକ୍ଷରୁ କୁହାଯାଇଛି। ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମେ’ ୧୫ ତାରିଖରେ ଆଣ୍ଡାମାନ ନିକୋବର ଛୁଇଁବାର ଯଥେଷ୍ଟ ସମ୍ଭାବନା ରହିଛି। ଏଥିପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବରୁ ପୂର୍ବାନୁମାନ କରାଯାଇଛି।

ତେବେ ଉତ୍ତରପୂର୍ବ ଭାରତର ଅନେକ ସ୍ଥାନ, ଉତ୍ତର ପଶ୍ଚିମର କିଛି ଅଂଶ ଓ ଦକ୍ଷିଣପୂର୍ବ ଭାଗରେ ସ୍ୱାଭାବିକ ଠାକୁ କମ ବର୍ଷା ହେବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଲଙ୍ଗ ପିରିୟଡ ଆଭରେଜରେ ୯୯% ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହାର ୫% କମ କିମ୍ବା ୫% ବେଶୀ ହେଲେ ମଧ୍ୟ ଏହାକୁ ସ୍ୱାଭାବିକ ବର୍ଷା ଭାବେ ବିବେଚନା କରାଯିବ।

ଚଳିତ ବର୍ଷ ଜୁନ ୫ ତାରିଖ ବେଳକୁ ଓଡ଼ିଶାକୁ ମୌସୁମୀ ଆସିବା ସମ୍ଭାବନା ରହିଛି । ୨୦୦୫ ମସିହାରୁ ମୌସୁମୀ ବାୟୁର ଆଗମନ ନେଇ ପୂର୍ବାନୁମାନ କରିଆସୁଛି ଭାରତୀୟ ପାଣିପାଗ ବିଭାଗ । ପୂର୍ବାନୁମାନର ୪ ଦିନ ଏପଟ-ସେପଟରେ ଭାରତକୁ ଆଗମନ କରିଥାଏ ମୌସୁମୀ । ୨୦୨୧ରେ ଜୁନ ୩ ତାରିଖରେ ମୌସୁମୀ ଆସିଥିଲା । ୨୦୨୦ରେ ଜୁନ ୧ ତାରିଖରେ ଏବଂ ୨୦୧୯ରେ ଜୁନ ୮ ତାରିଖରେ ମୌସୁମୀ ଆସିଥିଲା । ଏଥର ସ୍ୱାଭାବିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । କ୍ରମାଗତ ୪ ବର୍ଷ ଧରି ସ୍ୱାଭାବିକ କିମ୍ବା ତା’ଠାରୁ ଅଧିକ ବର୍ଷା ହେବ ବୋଲି ଆକଳନ କରାଯାଇଛି ।

Leave A Reply

Your email address will not be published.