ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ପୁରୀରୁ ଜବତ ହେଲା ୩ କୋଟିର ବ୍ରାଉନସୁଗାର

0

ପୁରୀ : ୩ କୋଟି ଟଙ୍କାର ବ୍ରାଉନ୍‌ସୁଗାର ଜବତ। ପୁରୀ ମଙ୍ଗଳଘାଟ ଅଞ୍ଚଳରୁ ଏହି ବ୍ରାଉନ୍‌ସୁଗାରକୁ ଜବତ କରିଛି ସ୍ପେଶାଲ ସ୍କ୍ୱାର୍ଡ। ଏହା ସହ ବ୍ରାଉନ୍‌ସୁଗାର ମାଫିଆ ସୁଜିତ ପଟ୍ଟନାୟକ ଓରଫ୍ ନଣ୍ଡାକୁ ବି ଗିରଫ କରିଛି ପୁଲିସ।

ସୂଚନା ଅନୁଯାୟୀ, ଏକ ଅଲଟୋ ଗାଡ଼ିରେ ବ୍ରାଉନସୁଗାର ଆସୁଥିବା ବାସେଲି ସାହି ଥାନା ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ପୁଲିସ ମଙ୍ଗଳାଘାଟ ଛକରେ ଲୁଚି ରହିଥିଲା। ବ୍ରାଉନସୁଗାର ଗାଡ଼ିଟି ମଙ୍ଗଳାଘାଟ ଛକରେ ପହଞ୍ଚିବା ପରେ ପୁଲିସ ଗାଡ଼ିକୁ ଅଟକାଇଥିଲା। ଗାଡ଼ିକୁ ଯାଞ୍ଚ କରିବାରୁ ସେଥିରୁ ୩ କେଜି ଧଳାଜହର ବାହାରିଥିଲା। ପୁଲିସ ବ୍ରାଉନସୁଗାରକୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି।

ଗତ କିଛି ଦିନ ହେବ ବ୍ରାଉନ୍‌ସୁଗାର ମାଫିଆ ନଣ୍ଡା ପୋଲିସ ସ୍କାନରେ ଥିଲା । ଲଗାତର ଭାବେ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ମଧ୍ୟ କରୁଥିଲା । ପୁଲିସ ଏହି ଘଟଣାରେ ୨ଜଣଙ୍କୁ ଅଟକ ରଖିଥିବା ବେଳେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ସୁଜିତ କୁମାର ପଟ୍ଟନାୟକ। ଜବତ ବ୍ରାଉନସୁଗାର ଆନୁମାନିକ ମୂଲ୍ୟ ୩କୋଟି ଟଙ୍କା ହେବ ବୋଲି  ପୁରୀ ଏସ୍‌ପି ସୂଚନା ଦେଇଛନ୍ତି।

ଏହି ଘଟଣାକୁ ନେଇ ସାମ୍ବାଦିକ ସମ୍ମିଳନୀରେ ରେ ଏସପି କହିଛନ୍ତି ନଣ୍ଡାକୁ ରିମାଣ୍ଡରେ ଅଣାଯିବ।୩ଜଣଙ୍କୁ ଗିରଫ କରାଯାଇଛି।ଏମାନଙ୍କ ଭିତରୁ ନଣ୍ଡା ଓରଫ ସୁଜିତ ମାଷ୍ଟର ମାଇଣ୍ଡ୍। ସମସ୍ତ ୩ଜଣ କଣାସ ଅଞ୍ଚଳର ଏବଂ ପୁଲିସର ୩ଟି ଟିମ୍ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି।ସେ ଆହୁରି କହିଛନ୍ତି ପୁରୀକୁ ବ୍ରାଉନସୁଗାର ଫ୍ରି କରିବା ଆମର ଲକ୍ଷ।

Leave A Reply

Your email address will not be published.