ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଅଷ୍ଟ୍ରେଲିଆର ପୂର୍ବତନ ଖେଳାଳି ଆଣ୍ଡ୍ର୍ୟୁ ସାଇମଣ୍ଡସ୍‌ଙ୍କ ପରଲୋକ

0

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆର ପୂର୍ବତନ ଖେଳାଳି ଆଣ୍ଡ୍ର୍ୟୁ ସାଇମଣ୍ଡସ୍‌ଙ୍କ ଆଉ ନାହାନ୍ତି । ଶନିବାର ରାତିରେ ଟାଉନ୍ସଭିଲେରେ ଏକ ସଡକ ଦୁର୍ଘଟଣାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୪୬ ବର୍ଷ ବୟସ ହୋଇଥିଲା । ସାଇମଣ୍ଡସ୍‌ଙ୍କ ମୃତ୍ୟୁକୁ ନେଇ ଅଷ୍ଟ୍ରେଲିଆ ସମେତ ପୂରା କ୍ରିକେଟ୍ ଜଗତକୁ ସ୍ତବ୍ଧ କରିଦେଇଛି ।

ସୂଚନାନୁଯାୟୀ, ସହର ଠାରୁ ପାଖାପାଖି ୫୦ କିଲୋମିଟର ଭେଷ୍ଟର ହର୍ଭେ ରେଞ୍ଜରେ ରାତି ପ୍ରାୟ ୧୦ଟା ୩୦ରେ ଏକ କାର ଦୁର୍ଘଟଣାରେ ସାଇମଣ୍ଡଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ସଂପର୍କିତ ସୂଚନା ମିଳିବା ପରେ ପୋଲିସ ତୁରନ୍ତ ପହଞ୍ଚିଥିଲା । ତାଙ୍କୁ ଆମ୍ବୁଲାନ୍ସରେ ହସ୍ପିଟାଲ ନିଆଯାଇଥିଲା । ସାଇମଣ୍ଡଙ୍କୁ ବଞ୍ଚାଇବା ପାଇଁ ସବୁ ପ୍ରକାର ଉଦ୍ୟମ କରାଯାଇଥିଲା, ହେଲେ ଏହା ବିଫଳ ହୋଇଥିଲା। ଦୁର୍ଘଟଣା ଅତି ଭୟଙ୍କର ଥିଲା । ପୂର୍ବତନ କ୍ରିକେଟରଙ୍କ ଶରୀରରେ ଗଭୀର କ୍ଷତ ଲାଗିଥିଲା । ହସ୍ପିଟାଲରେ ଡାକ୍ତର ମୃତ ଘୋଷଣା କରିଥିଲେ । କୁଇନ୍ସଲ୍ୟାଣ୍ଡ ପୁଲିସ ଏନେଇ ସୂଚନା ଦେଇଛି।

ସାଇମଣ୍ଡସ୍‌ଙ୍କ ମୃତ୍ୟୁକୁ ନେଇ ସାରା କ୍ରିକେଟ ଜଗତ ଶୋକ ସାଗରରେ ବୁଡ଼ି ଯାଇଛି । ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ଶୋକର ଲହରୀ ଖେଳିଯାଇଛି । ଆଣ୍ଡ୍ରୁ ସାଇମଣ୍ଡ ଅଷ୍ଟ୍ରେଲିଆ ପାଇଁ ୨୬ଟି ଟେଷ୍ଟ, ୧୯୮ଟି ଦିନିକିଆ ଓ ୧୨ଟି ଟି-୨୦ ମ୍ୟାଚ ଖେଳିଥିଲେ । ସେ ୨୦୦୩ ଓ ୨୦୦୭ରେ ଅଷ୍ଟ୍ରେଲିଆର ବିଶ୍ୱକପ ବିଜୟରେ ବଡ଼ ଭୂମିକା ନେଇଥିଲେ ।

Leave A Reply

Your email address will not be published.