ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

0
  • ୭୦ କୋଟି ଟଙ୍କା ଖର୍ଚ୍ଚ ହେବ, ଏକ ବର୍ଷରେ କାମ ସରିବ।
  • ସଫଳ ରୂପାୟନ ପାଇଁ କଟକ ବାସୀଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

କଟକ: କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । ଭକ୍ତମାନଙ୍କ ପାଇଁ ବିଭନ୍ନ ସୁବିଧା ସୁଯୋଗ ସହିତ ଏକ ସୁନ୍ଦର ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବ। ଏହା ସହ ଏହି କାମ  ଏକ ବର୍ଷରେ  ଶେଷ  ହେବ । କଟକ  ସହରର  ସାମଗ୍ରିକ ବିକାଶରେ ଚଣ୍ଡୀ  ମନ୍ଦିର ର କୟାକଳ୍ପ  ଗୁରୁତ୍ୱ ପୂର୍ଣ୍ଣ ଭୂମିକା  ଗ୍ରହଣ  କରିବ  ବୋଲି ମୁଖ୍ୟମନ୍ତ୍ରୀ ଏ ଦିଗରେ  କଟକ ବାସୀଙ୍କ ସକ୍ରିୟ ସହଯୋଗ  କାମନା  କରିଛନ୍ତି ।

ପୂର୍ତ୍ତ ବିଭାଗ ପକ୍ଷରୁ ଏକ ପ୍ରଜେଣ୍ଟସେନ ମୁଖ୍ୟମନ୍ତ୍ରୀଙ୍କ ଆଗରେ ରଖାଯାଇଥିଲା । ଓବିସିସି ଦ୍ବାରା ପ୍ରସ୍ତୁତ ଏହି ଯୋଜନା ଅନୁଯାୟୀ ମନ୍ଦିର ପରିସରକୁ ଅଧିକ ଆକର୍ଷଣୀୟ କରାଯିବ । ମନ୍ଦିର ଚତୁଃପାର୍ଶ୍ବରେ ପଥର ପାଚେରୀ ନିର୍ମାଣ ସହିତ ଚାରି ଦିଗରେ ଚାରି ଗୋଟି ଦ୍ବାର ନିର୍ମାଣ କରାଯିବ । ଏହାସହିତ ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପରିସରରେ ଖଣ୍ଡାଲାଇଟସ୍‌ ପଥର ବିଛାଯିବା ସହିତ ଆଲୋକୀକରଣ କରାଯିବ ଏବଂ ସିସିଟିଭ ମଧ୍ୟ ଲଗାଯିବ।

ସେହିଭଳି ବାଟମଙ୍ଗଳା ମନ୍ଦିର ମଧ୍ୟ ପୁନଃ ନିର୍ମାଣ କରାଯିବ। ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମାଙ୍କ ଦର୍ଶନ କରିପାରିବେ, ସେଥିପାଇଁ ପୋଲିସ କଣ୍ଟ୍ରୋଲ ରୁମ୍‌, କ୍ଲକ ରୁମ୍,  ପ୍ରସାଦ ସେବନ ବ୍ୟବସ୍ଥା, ବିଶୁଦ୍ଧ ପାନୀୟ ଜଳ, ବ୍ୟାଖାନ କେନ୍ଦ୍ର ଆଦି ବ୍ୟବସ୍ଥା ଉପରେ ଗୁରୁତ୍ବ ଦିଆଯିବ । ଏହାସହିତ ଯାତ୍ରୀମାନଙ୍କ ରହିବା ପାଇଁ ଯାତ୍ରୀ ନିବାସ। ବିସ୍ଥାପିତ ଦୋକାନୀ ମାନଙ୍କ ପାଇଁ ୧୮ଟି ଦୋକାନ, ମନ୍ଦିର ପରିସରରେ ସେବାୟତ ମାନଙ୍କ ପାଇଁ ବିଶ୍ରାମ ଗୃହ, ଅଫିସ ଗୃହ ଆଦି ନିର୍ମାଣ କରାଯିବ। ପାର୍କିଂ ସହିତ ଖୋଲାସ୍ଥାନ ବିକାଶ କରାଯିବ ।

ଆଜିର କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ ଙ୍କ ସମତେ ବରିଷ୍ଠ ଅଧିକାରୀ ଗଣ ଓ ,କଟକ ଜିଲ୍ଲା ପ୍ରଶାସନର ଅଧିକାରୀ ମାନେ ଉପସ୍ଥିତ ଥିଲେ।ମୁଖ୍ୟମନ୍ତ୍ରୀ ଙ୍କ ସଚିବ ଶ୍ରୀ ଭି କେ ପାଣ୍ଡିଆନ ଆଲୋଚନା ସଂଯୋଜନା କରିଥିଲେ। ବୈଠକ ରେ ଯୋଗ ଦେଇଥିବା ମନ୍ଦିର ଟ୍ରଷ୍ଟ ବୋର୍ଡ ସଦସ୍ୟ ଓ ସେବାୟତ ଙ୍କ ପ୍ରତିନଧି ମାନେ ଯୋଜନାର ଉଚ୍ଚ ପ୍ରଶଂସା କରିବା ସହ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ।

Leave A Reply

Your email address will not be published.