ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ଶିଖରଚଣ୍ଡୀ ପାହାଡ଼ରୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ଶବ ଉଦ୍ଧାର

0

ଭୁବନେଶ୍ବର: ରାଜଧାନୀରେ ପୁଣି ଘଟିଲା ବୀଭତ୍ସ ହତ୍ୟାକାଣ୍ଡ।  ଭୁବନେଶ୍ୱର ସ୍ଥିତ ଇନଫୋସିସ୍ ଥାନା ଅନ୍ତର୍ଗତ ଶିଖରଚଣ୍ଡୀ ପାହାଡ଼ ତଳୁ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲ ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଛି। ଯୁବକ ଜଣଙ୍କ ହେଲେ ନନ୍ଦନକାନନ ଥାନା ଅନ୍ତର୍ଗତ ବାଲିପଡ଼ା ଗାଁର ଲଲାଟେନ୍ଦୁ ପ୍ରଧାନଙ୍କ ପୁଅ ଅବିନାଶ ପ୍ରଧାନ।ତାଙ୍କୁ ୨୨ ବର୍ଷ ହୋଇଥିଲା। ଅବିନାଶ ଏକ ସଫ୍ଟେଓ୍ୱୟାର କମ୍ପାନୀରେ କାମ କରୁଥିଲେ।

ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ପୁଲିସ ଅବିନାଶଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଶିଖରଚଣ୍ଡୀ ପାହାଡ଼ ତଳୁ ଉଦ୍ଧାର କରିଥିଲା। ପରେ  ତାଙ୍କୁ ଡାକ୍ତରଖାନା ନେଇଥିଲା। ଡାକ୍ତରଖାନା ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। ଅବିନାଶଙ୍କ ମୃତଦେହ ନିକଟରୁ ପୁଲିସ ଏକ ବାଇକ୍ ଜବତ  କରିଥିଲା। ପୁଲିସ ଅବିନାଶଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ଏହା ପ୍ରେମଜନିତ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ଅନୁସନ୍ଧାନକାରୀ କୁକୁର ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚିବା ପରେ ତଦନ୍ତ ଆଗକୁ ଯିବ। ଏଣେ ଏହି ଘଟଣାରେ ପୁଲିସ ୪ଜଣଙ୍କୁ ଇନଫୋସିସ୍ ଥାନାରେ ଅଟକ ରଖି ପଚରାଉଚରା କରୁଥିବାର ସୂଚନା ମିଳିଛି। ଏବେ ଘଟଣାସ୍ଥଳରୁ ଏକ ସୁଇସାଇଡ ନୋଟ ଜବତ କରିଛି ପୁଲିସ। ସୁଇସାଇଡ ନୋଟକୁ ହ୍ୟାଣ୍ଡରାଇଟିଂ ବ୍ୟୁରୋକୁ ପୁଲିସ ପଠାଇବ ବୋଲି ଜଣାଯାଇଛି। ଏଣେ ଅବିନାଶଙ୍କ ମୋବାଇଲର ସିଡିଆର ଯାଞ୍ଚ କରୁଛି ପୁଲିସ।

Leave A Reply

Your email address will not be published.