ପ୍ରମୁଖ ଖବର

ହିଞ୍ଜିଳିରେ ପ୍ରଚାର କରିଛନ୍ତି ଅଭିନେତା ବାବୁସାନ ମହାନ୍ତି ,ଗୀତ ଗାଇ ବାବୁସାନଙ୍କ ପ୍ରଚାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି, ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ
ପାଟନା ଜଙ୍କସନ ରେଳଷ୍ଟେସନ ନିକଟରେ ଥିବା ହୋଟେଲରେ ଭୟାନକ ଅଗ୍ନିକାଣ୍ଡ: ୬ ମୃତ, ୧୮ ଗୁରୁତର

ହଷ୍ଟେଲ ଛାତରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା

0

ବାଲେଶ୍ବର: ବାଲେଶ୍ୱରରେ କଲେଜ ହଷ୍ଟେଲରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଅଭିଯୋଗ । ବାଲେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ ନିକଟରେ ଥିବା ଏକ ଘରୋଇ ଯୁକ୍ତ ଦୁଇ ବିଜ୍ଞାନ ଆବାସିକ କଲେଜର ଛାତ୍ରୀ ସାବିତ୍ରୀ ବେହେରା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ସହଯୋଗୀ ଓ ହଷ୍ଟେଲ ୱାର୍ଡେନଙ୍କଠାରୁ ରାଗିଂର ଶିକାର ହୋଇ ଆତ୍ମହତ୍ୟା କରିଥିବା କୁହାଯାଉଛି । ମୃତ ଛାତ୍ରୀଙ୍କ ଘର ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବଣତାଳପଦା ଗାଁରେ ।

ମୃତକଙ୍କ ପରିବାର ଲୋକେ ବାଲେଶ୍ୱର ସଦର ଥାନାରେ କଲେଜ କର୍ତ୍ତୃପକ୍ଷଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରିଛନ୍ତି । ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ ହଷ୍ଟେଲରେ ରହୁଥିବା ଜଣେ ସହପାଠୀଙ୍କ ୨୦୦ ଟଙ୍କା ଚୋରି ହୋଇଥିଲା । ସେଠାରେ ରହୁଥିବା ଅନ୍ୟ ତିନି ଜଣ ସାଙ୍ଗ ଓ ହଷ୍ଟେଲ ୱାର୍ଡେନ୍ ଏଥିପାଇଁ ସାବିତ୍ରୀଙ୍କୁ ଦାୟୀ କରିଥିଲେ । ଚୋରି କରିନଥିଲେ ବି ଟଙ୍କା ଫେରାଇବା ପାଇଁ ବାପାଙ୍କୁ ଫୋନ୍ କରି କାନ୍ଦି କାନ୍ଦି ୨୦୦ ଟଙ୍କା ମାଗିଥିଲେ । ଏହା ପରେ କଲେଜର ଜଣେ ଶିକ୍ଷକ ବିଳମ୍ବିତ ରାତିରେ ତାଙ୍କ ବାପାଙ୍କୁ ଫୋନ୍ କରିଥିଲେ ।

ଝିଅ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା କହିଥିଲେ । ପରେ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜାଣିବାକୁ ପାଇଥିବା କହିଛନ୍ତି ମୃତକଙ୍କ ବାପା ମାଆ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ହଷ୍ଟେଲ ୱାର୍ଡନ ଓ ଅନ୍ୟ ଛାତ୍ରୀଙ୍କୁ ପଚରାଉଚରା କରିଛି । ଏହା ସହ ହଷ୍ଟେଲ ଚାରିପଟେ ଲାଗିଥିବା ସିସିଟିଭି ଫୁଟେଜ ଜବତ କରି ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.