ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ଆଜିଠୁ ଆରମ୍ଭ ହେଲା ମାଟ୍ରିକ ଖାତା ଦେଖା

0

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେବ ମାଟ୍ରିକ୍ ଖାତା ମୂଲ୍ୟାୟନ ପ୍ରକ୍ରିୟା । ଦଶମ ଶ୍ରେଣୀ ସହିତ, ଏସଓଏସ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯିବ । ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ହେବ ଖାତା ଦେଖା । ଏଥିପାଇଁ ପରୀକ୍ଷା ନୀରିକ୍ଷକମାନେ ମୂଲ୍ୟାୟନ କେନ୍ଦ୍ରରେ ପହଞ୍ଚି ସାରିଛନ୍ତି ।

ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ଏକଜାମିନରଙ୍କ ସହ ୯୦୦ ଜଣ ଡେପୁଟି ଏଗଜାମିନର, ୮ହଜାର ୯୧୯ଜଣ ସହକାରୀ ଏକଜାମିନର, ୯୩୦ ସ୍କୁଟିନାଇଜରଙ୍କୁ ନିୟୋଜିତ କରିଛି ବୋର୍ଡ଼ । ଖାତା ଦେଖା ପରେ ମାର୍କ ଅପଲୋଡ଼ କାମ ଅନଲାଇନରେ କରାଯିବ । ତେବେ ୧୦ରୁ ୧୨ ଦିନ ପର୍ଯ୍ୟନ୍ତ ଖାତା ଦେଖା କାର୍ଯ୍ୟ ଜାରି ରହିବ ବୋଲି ସୂଚନା ମିଳିଛି ।

ସୂଚନାଯୋଗ୍ୟ,  ଏପ୍ରିଲ ୨୯ ତାରିଖରେ ମାଟ୍ରିକ ପରୀକ୍ଷା  ଆରମ୍ଭ ହୋଇଥିଲା। ଦୁଇ ବର୍ଷ ପରେ ପୁଣି ଅଫଲାଇନ୍‌ ପରୀକ୍ଷା ଦେଇଥିଲେ ଛାତ୍ରଛାତ୍ରୀ।୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

Leave A Reply

Your email address will not be published.